csstore

ଦିବ୍ୟାଙ୍ଗଙ୍କୁ ବିଭିନ୍ନ ଉପକରଣ ପ୍ରଦାନ କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ଆଜି ବିବିଏସଏ ୨୦୨୨ରେ ରେଜିଷ୍ଟ୍ରେସନ ହୋଇଥିବା ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କୁ ହୁଇଲ୍‌ ଚେୟାର, ଟ୍ରାଇ ସାଇକେଲ, ୱାଲକିଙ୍ଗ ଷ୍ଟିକ ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବଙ୍ଗୋମୁଣ୍ଡା ବିଡ଼ିଓ ରିପୁନାଥ ସୁନା ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ବଙ୍ଗୋମୁଣ୍ଡା ବ୍ଲକ ଉପାଧ୍ୟକ୍ଷ ତଥା ସିନ୍ଧେକେଲା ସମିତି ସଭ୍ୟ ଭୋଳାନାଥ ବେହେରା, ବ୍ଲକ ଉପାଧ୍ୟକ୍ଷ କେଶବ ନାରାୟଣ ଜୈନ, ଏକାଉଣ୍ଟ ଅଫିସର ଜ୍ୟୋତିପ୍ରକାଶ ମିଶ୍ର, ବିଏସଏସଓ ସଞ୍ଜିତ କୁମାର ସୁନା, ଜେଏ ସ୍ମୃତିରେଖା ସାହୁ, ବିରିପାଲି ପଞ୍ଚାୟତର ସମିତି ସଭ୍ୟ ଯୋଗେଶ୍ୱର ବେହେରା ପ୍ରମୁଖ ଉପସ୍ଥିତ ଥିଲେ । ଦିବ୍ୟାଙ୍ଗମାନଙ୍କୁ ବିଭିନ୍ନ ଉପକରଣ ଦେଇଥିବାରୁ ସେମାନଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି ।

jayashree
Leave A Reply

Your email address will not be published.