oom

ସଇଁତଳା ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ମଇ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ସଇଁତଳା ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଚଞ୍ଚଳ ରାଣା, ଆରକ୍ଷୀ ଅଧିକ୍ଷକ ନୀତିନ କୁଶଳକର, ଆଇପିଏସ ପ୍ରୋବେସନର କୁଳଦୀପ ମୀନା, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ, ଟିଟିଲାଗଡ ଉପ ଜିଲ୍ଲାପାଳ ଦୟାମୟ ପାଢୀଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ସଇଁତଳା ବିଡିଓ ଚନ୍ଦ୍ରମଣି ନାଗ, ସଇଁତଳା ତହସିଲଦାର ପ୍ରମୁଖ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ସମସ୍ୟା ମୂଳକ ମୋଟ ୮୨ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୬୩ ଗୋଟି ବ୍ୟକ୍ତିଗତ ଅଭିଯୋଗ ମୂଳକ ଦରଖାସ୍ତ ହୋଇଥିବା ବେଳେ ଅବଶିଷ୍ଠ ୧୯ ଗୋଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣି କରିଥିଲେ । ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଗତ ଭିନ୍ନକ୍ଷମଙ୍କୁ ବିବାହ ପ୍ରୋତ୍ସାହନ ଯୋଜନା ଜରିଆରେ ଟିଟିଲାଗଡ ବ୍ଲକ ଅନ୍ତର୍ଗତ ଉଦେପୁର ଗ୍ରାମର ଚିନ୍ତାମଣି ସାହୁ ଓ ନିଲେନ୍ଦ୍ରୀ ସାହୁଙ୍କୁ ୨ ଲକ୍ଷ ୫୦ ହଜାର ଟଙ୍କାର ଚେକ ପ୍ରଦାନ କରାଯାଇଥିଲା । ସେହିପରି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସଇଁତଳା ବ୍ଲକ ଅନ୍ତର୍ଗତ ଗଣ୍ଡପତ୍ରାପାଲିର ମନବୋଧ ଦୀପଙ୍କୁ ଏକ ହ୍ଵିଲ ଚେୟାର ଓ ୨୩ ଜଣ ହିତାଧିକାରୀଙ୍କୁ ନୂତନ ଭାବେ ମଞ୍ଜୁର କରାଯାଇଥିବା ବିଧବା ଭତ୍ତା କାର୍ଡ ପ୍ରଦାନ କରାଯାଇଥିଲା । ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଚିକିତ୍ସା ସହାୟତା ବାବଦରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସଇଁତଳା ବ୍ଲକ ଅନ୍ତର୍ଗତ ଗଣ୍ଡପତ୍ରାପାଲିର ମନବୋଧ ଦୀପଙ୍କୁ ୫ ହଜାର ଟଙ୍କାର ଆର୍ଥିକ ସହାୟତା ଚେକ ମାଧ୍ୟମରେ ପ୍ରଦାନ କରାଯାଇଥିଲା ।

jittmm
Leave A Reply

Your email address will not be published.