jayashree

ବଲାଙ୍ଗିରରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନର ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ । ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ ଅଡିଟୋରିୟମ୍ ହଲ୍‌ରେ ଅନୁଷ୍ଠିତ ହୋଇଯାଇଛି ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ । ନୟାଗଡ଼ରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦ୍ୱାରା ରାଜ୍ୟସ୍ତରୀୟ ୫ମ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ ଉଦ୍‌ଘାଟନ ପରେ ବଲାଙ୍ଗିରର ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି ସୁଭଦ୍ରା ଟଙ୍କା । ଜିଲ୍ଲାର ପ୍ରାୟ ୪ ଲକ୍ଷ ୨୯ ହଜାର ହିତାଧିକାରୀ ଏହି କିସ୍ତିର ଲାଭ ପାଇଛନ୍ତି । କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ବଲାଙ୍ଗିର ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂହଦେଓ, କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାରଙ୍କ ସମେତ ବିଭିନ୍ନ ଅଧିକାରୀ ଉପସ୍ଥିତ ଥିଲେ । ସୁଭଦ୍ରା ଯୋଜନାର ଅର୍ଥ ପାଇ ଜିଲ୍ଲାର ଅନେକ ମହିଳା ଆର୍ଥିକ ଭାବେ ସ୍ୱାବଲମ୍ବୀ ହେବା ସହ ନିଜ ଗୋଡ଼ରେ ଠିଆ ହୋଇପାରୁଥିବା କହିଛନ୍ତି ।

Leave A Reply

Your email address will not be published.