jayashree

କପିଲାଭଟା ହାଇସ୍କୁଲରେ ରାଷ୍ଟ୍ରୀୟ ବାଲ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ କପିଲାଭଟା ହାଇସ୍କୁଲରେ ରାଷ୍ଟ୍ରୀୟ ବାଲ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କପିଲାଭଟା ଜିପି ହାଇସ୍କୁଲର ପ୍ରଧାନଶିକ୍ଷକ ଅରୁଣ କୁମାର ବାରିକଙ୍କ ଅଧ୍ୟକ୍ଷତାରେ ୧୮୫ ଜଣ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା । ଏଥିରେ ଡଃ. ସତ୍ୟମ କୁମାର ମେହେର, ଡଃ. ଶର୍ମିଷ୍ଠା ମୁଦୁଲି, ଫାର୍ମାସିଷ୍ଟ ମାନିନୀ ଦରୁଆନ, ମହିଳା ସ୍ୱାସ୍ଥ୍ୟକର୍ମୀ ନିର୍ମଳା ହରପାଲ ପ୍ରମୁଖ ସାମିଲ ହୋଇଥିଲେ । ଏଥିରେ ବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀମାନେ ସହଯୋଗ କରିଥିଲେ । ଜିଲ୍ଲାର ଶେଷ ସୀମାରେ ଥିବା କପିଲାଭଟା ସ୍କୁଲ ଥିବା ସରକାରଙ୍କ ପକ୍ଷରୁ ଏହି କାର୍ଯ୍ୟକ୍ରମ କରାଯାଇଛି । ଛାତ୍ରଛାତ୍ରୀଙ୍କ ବିଭିନ୍ନ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା ।

Leave A Reply

Your email address will not be published.