ଭୁବନେଶ୍ୱର, (କେପିଏନ୍ଏସ୍) : କୃଷକ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଚାଷୀ ଭାଇ ମାନଙ୍କ ପାଇଁ ନୂଆ ‘କୃଷକ ଓଡିଶା’ ପୋର୍ଟାଲ ଲୋକାର୍ପିତ କରିଛନ୍ତି । ଭିଡିଓ କନ୍ଫରେନ୍ସିଂ ଜରିଆରେ ଆୟୋଜିତ ‘କୃଷକ ଓଡିଶା’ ପୋର୍ଟାଲ ଲୋକାର୍ପିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଲେ ଯେ, ଚାଷୀ ଆମ ଅର୍ଥନୀତିର ମୁଖ୍ୟ ଆଧାର । କୃଷି ବିକାଶ ଓ କୃଷକ କଲ୍ୟାଣ ରାଜ୍ୟ ସରକାରଙ୍କ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏ ବର୍ଷ କୃଷି ପାଇଁ ୨୦ ହଜାର କୋଟିରୁ ଅଧିକ ଟଙ୍କାର ବଜେଟ ରଖାଯାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।