jayashree

ନବନିଯୁକ୍ତ ପ୍ରାଣୀ ଚିକିତ୍ସକ, ପ୍ରାଣୀଧନ ନିରୀକ୍ଷକ, କନିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ଓ କନିଷ୍ଠ ଯନ୍ତ୍ରୀଙ୍କ ପାଇଁ ଦିଗଦର୍ଶନ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ନବନିଯୁକ୍ତ ପ୍ରାଣୀ ଚିକିତ୍ସକ, ପ୍ରାଣୀଧନ ନିରୀକ୍ଷକ, କନିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ଓ କନିଷ୍ଠ ଯନ୍ତ୍ରୀଙ୍କ ପାଇଁ ଆୟୋଜିତ ଦିଗଦର୍ଶନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମତ୍ସ୍ୟ ଓ ପ୍ରାଣୀସଂପଦ କ୍ଷେତ୍ରକୁ ତୃଣମୂଳ ସ୍ତରରେ ଅଭିବୃଦ୍ଧିର ଏକ ଇଞ୍ଜିନ ବୋଲି ମତ ଦେଇଛନ୍ତି । ଏହି କାର୍ଯ୍ୟକ୍ରମ ଏକସଙ୍ଗେ ଲୋକସେବା ଭବନ ସମ୍ମିଳନୀ କକ୍ଷ ଏବଂ ଜୟଦେବ ଭବନରେ ଆୟୋଜିତ ହୋଇଥିଲା । ସମସ୍ତ ଜିଲ୍ଲାର ବିଭାଗୀୟ ଅଧିକାରୀମାନେ ଭିଡିଓ କନଫରେନସିଂ ମାଧ୍ୟମରେ ଯୋଗ ଦେଇଥିଲେ । ମୋଟ ୧୪୬ ପ୍ରାଣୀ ଚିକିତ୍ସକ, ୫୮୮ ପ୍ରାଣୀଧନ ନିରୀକ୍ଷକ, ୬୭ କନିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ଓ ୩ କନିଷ୍ଠ ଯନ୍ତ୍ରୀ ନୂତନ ଭାବରେ ନିଯୁକ୍ତ ହୋଇଛନ୍ତି । ୫-ଟି ଉପକ୍ରମ ଉପରେ ଗୁରୁତ୍ୱାରୋପ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସମ୍ପୂର୍ଣ୍ଣ ସ୍ୱଚ୍ଛତା ବଜାୟ ରଖିବା, ଟିମ୍ ସ୍ପିରିଟ୍‌ରେ କାମ କରିବା ଓ ବୈଷୟିକ ଜ୍ଞାନର ପ୍ରୟୋଗ ଦ୍ୱାରା ତୃଣମୂଳ ସ୍ତରରେ ପ୍ରକୃତ ପରିବର୍ତ୍ତନକୁ ସୁନିଶ୍ଚିତ କରିହେବ ଏବଂ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ପାଇଁ ରାସ୍ତା ତିଆରି ହୋଇପାରିବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.