ଅକ୍ଟୋବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅକ୍ଟୋବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଧାର୍ଯ୍ୟ କରାଯାଇଛି । ତଦନୁସାରେ ଅକ୍ଟୋବର ମାସ ୧୦ ତାରିଖ ସକାଳ ଘ୧୦.୩୦ମି ସମୟରେ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ, ୧୭ ତାରିଖରେ ବେଲପଡା ବ୍ଲକ କାର୍ଯ୍ୟଳୟ ଠାରେ, ୨୫ ତାରିଖରେ ଗୁଡଭେଲା ବ୍ଲକ କାର୍ଯ୍ୟାଳୟ ଠାରେ ଓ ୩୧ ତାରିଖରେ ମୁରିବାହାଲ ବ୍ଲକ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ସେମାନଙ୍କର ବ୍ୟକ୍ତିଗତ ତଥା ସାମୁହିକ ସମସ୍ୟାମୂଳକ ଅଭିଯୋଗ ଜଣାଇପାରିବେ । ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ସମ୍ପୃକ୍ତ ଅଞ୍ଚଳର ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କରି ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରିବେ । ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଏହି ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ନିଜ ନିଜର ଅଭିଯୋଗ ଜଣାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଉଛି ।

Leave A Reply

Your email address will not be published.