ଅନୁପସ୍ଥିତ ଶିକ୍ଷକ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶିକ୍ଷାର ସାମଗ୍ରିକ ବିକାଶ ଉପରେ ଗୁରୁତ୍ୱ ଦେଇ ଆସୁଛନ୍ତି । ଶିକ୍ଷାଦାନ ପ୍ରକ୍ରିୟାକୁ ଅଧିକ ବ୍ୟବସ୍ଥିତ କରିବା ସହ ସମସ୍ତ ବ୍ଲକ ଓ ଜିଲ୍ଲାରେ ଗୁଣାତ୍ମକ ଶିକ୍ଷାଦାନ ଉପରେ ଗୁରୁତ୍ୱ ଦିଆଯାଉଛି । ଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ଦୃଢ ପଦକ୍ଷେପ ଗ୍ରହଣ କରିଛନ୍ତି ଏବଂ ଅନୁପସ୍ଥିତ ରହୁଥିବା ଶିକ୍ଷକମାନଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ।

ପୂର୍ବରୁ ଗଣଶିକ୍ଷା ବିଭାଗ ପକ୍ଷରୁ ୧୫୪ ଜଣ କନିଷ୍ଠ ଶିକ୍ଷକମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା । ଦୀର୍ଘଦିନ ଧରି ଅନୁପସ୍ଥିତ ରହିଥିବା ମାଲକାନଗିରି ଜିଲ୍ଲାର ୧୦ ଜଣ ପ୍ରାଥମିକ ଶିକ୍ଷକ ବହିଷ୍କୃତ(ଡିସ୍‌ଏନ୍‌ଗେଜମେଣ୍ଟ) କରାଯାଇଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ବିବରଣୀ ଏବଂ ଜିଲ୍ଲାପାଳଙ୍କ ଅନୁମୋଦନ କ୍ରମେ ୨ ଜଣ ପ୍ରାଥମିକ ଶିକ୍ଷକଙ୍କୁ ବରଖାସ୍ତ (ଡିସ୍‌ମିସ୍‌) କରାଯାଇଛି । ଏଥିସହିତ ୮ ଜଣ ପ୍ରାଥମିକ ଶିକ୍ଷକଙ୍କ ବିରୋଧରେ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୂତ୍ରରୁ ପ୍ରକାଶ ।

Leave A Reply

Your email address will not be published.