ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ସଂକୁଳସ୍ତରୀୟ ସାମୂହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଉଦ୍‌ଯାପିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରଠାରେ ସଂକୁଳସ୍ତରୀୟ ସାମୂହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଉଦ୍‌ଯାପିତ ହୋଇଯାଇଛି । ପ୍ରାତଃ ପର୍ଯ୍ୟାୟରେ ସ୍ଵାଭିମାନ ଦିବସ ପାଳନ କାର୍ଯ୍ୟକ୍ରମରେ ନିତ୍ୟାନନ୍ଦ ପଧାନ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ବିଷୟରେ ଆଲୋକପାତ କରିଥିଲେ । ଉଦ୍‌ଯାପନୀ ସମାରୋହରେ ସଂକୁଳ ପ୍ରମୁଖ କମଳଲୋଚନ ତ୍ରିପାଠୀ ବୃତ୍ତ କଥନ କରିଥିବା ବେଳେ ରାଷ୍ଟ୍ରୀୟ ସ୍ଵୟଂ ସେବକ ସଙ୍ଘର ସଦସ୍ୟ ଯୋଗୀନ୍ଦ୍ର ଦାଶ “ରାଷ୍ଟ୍ର ସର୍ବାପରି” ସମ୍ପର୍କରେ ଆଲୋକପାତ କରିଥିଲେ । ଅତିଥି ପରିଚୟ କରିଥିଲେ ସଂକୁଳ ସଂଯୋଜକ ତଥା ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ସନାତନ ମିଶ୍ର । ବିଦ୍ୟାଳୟର ସମସ୍ତ ଗୁରୁଜୀ ଗୁରୁମା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Leave A Reply

Your email address will not be published.