centurian jitm

ଟିଟିଲାଗଡରେ ବ୍ଲକ ସ୍ତରୀୟ ଶିକ୍ଷଣ ଉପକରଣ ପ୍ରସ୍ତୁତି କର୍ମଶାଳା ଅନୁଷ୍ଠିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଶନିବାର ଦିନ ଜାମପଡା ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଟିଟିଲାଗଡ଼ ଗୋଷ୍ଠୀ ସାଧନକେନ୍ଦ୍ର ସଂଯୋଜକ ଅଭିରାମ ମାଝୀଙ୍କ ଦ୍ୱାରା ଗୋଷ୍ଠୀ ସ୍ତରୀୟ ଶିକ୍ଷଣ ଉପକରଣ ପ୍ରସ୍ତୁତି କର୍ମଶାଳା ଅନଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଦୁଇଟି ପର୍ଯ୍ୟାୟରେ ହେଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଖୋଲାନ ଗ୍ରାମ ପଞ୍ଚାୟତର ସରପଞ୍ଚ ନରେଶ ଅଗ୍ରୱାଲ ମୁଖ୍ୟ ଅତିଥି ଏବଂ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ତଥା ଗୋଷ୍ଠୀ ସାଧନକେନ୍ଦ୍ର ସଂଯୋଜକ ଅଭିରାମ ମାଝୀ ଓ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ କୋଦଣ୍ତ ଧର ଭୋଇ ସମ୍ମାନୀତ ଅତିଥି ଭାବରେ ଯୋଗଦେଇ ଥିଲେ । ପ୍ରଥମେ ଅତିଥି ଗଣ ମାଁ ସରସ୍ଵତୀଙ୍କୁ ପୁଷ୍ପ, ଦୀପ ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ଏବଂ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସ୍ଵାଗତ ଜଣାଇବା ସହ ଓଡିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣଙ୍କ ଆଦେଶ ଅନୁଯାୟୀ ଏହି ଶିକ୍ଷଣ ଉପକରଣ ପ୍ରସ୍ତୁତି କର୍ମଶାଳାର ବିଭିନ୍ନ ବିଷୟ ବସ୍ତୁ ଉପରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରିଥିଲେ । ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ହାସଲ କରିବା ପାଇଁ ଶିକ୍ଷକଙ୍କ ଭୂମିକା ଏବଂ ନିର୍ଦ୍ଧାରିତ ସମୟସୀମା ଭିତରେ ସମ୍ପୂର୍ଣ୍ଣ ଭାବରେ ସଫଳତା କିପରି କରାଯିବ ସେ ଦିଗ ପ୍ରତି ଦୃଷ୍ଟି ଆକର୍ଷଣ କରିଥିଲେ । ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶ ପାଇଁ ଜ୍ଞାନର କାର୍ଯ୍ୟ ,ଦକ୍ଷତା ମୂଲ୍ୟାଙ୍କନ, ସମୀକ୍ଷା ଏବଂ ବିଶ୍ଳେଷଣ ଓ ସଠିକ୍ ଶିକ୍ଷଣ ଉପକରଣ ବ୍ୟବହାର ଉପରେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଆଲୋକପାତ କରିଥିଲେ । ଓ ଶିକ୍ଷକ ମାନଙ୍କୁ ଅନୁରୋଧ କରିଥିଲେ ଯେ ବିଭିନ୍ନ ଶିକ୍ଷଣ ଉପକରଣ ବ୍ୟବହାର କରି ଛାତ୍ରଛାତ୍ରୀଙ୍କ ଧାରଣାକୁ ସ୍ପଷ୍ଟ କରିବେ । ଜାମପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ଵନାଥ ମିଶ୍ରଙ୍କ ସମସ୍ତ କ୍ଳଷ୍ଟରରୁ ଯୋଗ ଦେଇଥିବା ସହ ସହକାରୀ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.