om academy

ଭାରତୀୟ ରିଜର୍ଭ ବ୍ୟାଙ୍କ ସହାୟତାରେ ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା

jsm

କଳାହାଣ୍ଡି, (ପିକେ ସାହୁ) : ଭାରତୀୟ ରିଜର୍ଭ ବ୍ୟାଙ୍କର ସହାୟତା ତଥା ସାଧନ ନୂଆଦିଲ୍ଲୀ ଓ ସମ୍ପର୍କ ଫିନ୍ ସର୍ଭିସେସ୍ ଭୁବନେଶ୍ୱରର ମିଳିତ ସହଯୋଗରେ ମ.ରାମପୁର ବ୍ଲକର ମଦନପୁର ଗ୍ରାମ ପଞ୍ଚାୟତ ରାଜୀବ ଗାନ୍ଧୀସେବା କେନ୍ଦ୍ର, ମଦନପୁରଠାରେ ଏକ ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇ ଯାଇଛି । ମୁଖ୍ୟ ଅତିଥି ଭାବେ ଶ୍ରୀମତୀ କେତକୀ ଦାଣ୍ଡିଆ ସରପଞ୍ଚ, ମଦନପୁର ନାଗେଶ୍ଵର ରଣା, ପୋଷ୍ଟ ମାଷ୍ଟର ସନ୍ତୋଷ କୁମାର ଦଣ୍ଡସେନା ଓ ମହାଶକ୍ତି ଫାଉଣ୍ଡେସନର ପ୍ରତିଷ୍ଠାତା ସଦସ୍ୟ ପ୍ରକାଶ ଚନ୍ଦ୍ର ସାହୁ ପ୍ରମୁଖ ଉଦ୍‌ଘାଟନ କରିଥିଲେ । ଏହି କର୍ମଶାଳାରେ ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ବିଭିନ୍ନ ବ୍ୟାଙ୍କ୍ ଓ ଆର୍ଥିକ ଅନୁଷ୍ଠାନରୁ ପାଇଥିବା ଋଣର ଉଚିତ୍ ବିନିଯୋଗ, ବ୍ୟବସାୟ ପାଇଁ ଆବଶ୍ୟକତା ଅନୁଯାୟୀ ଋଣ ଦରଖାସ୍ତ, ରୋଜଗାର ଭିତ୍ତିକ ବ୍ୟବସାୟର ଆୟରୁ ଋଣ କିସ୍ତି ଫେରସ୍ତ ତଥା ଅତ୍ୟଧିକ ଋଣ ଭାରଗ୍ରସ୍ତ ନହେବା ଇତ୍ୟାଦି ବିଷୟରେ ବିଶଦ ଭାବେ ଆଲୋଚନା କରାଯାଇଥିଲା । କର୍ମଶାଳାରେ ଡିଜିଟାଲ ମାଧ୍ୟମରେ ଟଙ୍କା ଆଦାନ ପ୍ରଦାନ କରୁଥିଲେ ଆବଶ୍ୟକ ସତର୍କତାର ବିଭିନ୍ନ ଦିଗ ବିଷୟରେ ସମ୍ବଳ ବ୍ୟକ୍ତିମାନେ ଅଂଶଗ୍ରହଣକାରୀମାନଙ୍କୁ ବୁଝାଇଥିଲେ । ବିଭିନ୍ନ ଅଜଣା ନମ୍ବରରୁ ଆସୁଥିବା ଫୋନରେ ନିଜର କୌଣସି ଗୋପନୀୟ ତଥ୍ୟ ନ ଦେବାପାଇଁ ସୂଚନା ଦିଆଯାଇଥିଲା । ପରିବାରର ବାର୍ଷିକ ଆୟ ଓ ବ୍ୟୟ ଅଟକଳ ଯୋଜନା କରି ଆୟ ଅନୁଯାୟୀ ବ୍ୟୟ କଲେ ହିଁ ପରିବାରର ଆର୍ଥିକ ସ୍ଥିତି ସୁଦୃଢ ହୋଇ ପାରିବ । ଭବିଷ୍ୟତରେ ହେବାକୁ ଥିବା ବିଭିନ୍ନ ଖର୍ଚ୍ଚକୁ ଆକଳନ କରି ପରିବାରକୁ ଠିକ୍ ଭାବେ ପରିଚାଳନା କରିପାରିବେ । କାର୍ଯ୍ୟକ୍ରମରେ ପ୍ରକାଶ ଚନ୍ଦ୍ର ସାହୁ, ନାଗେଶ୍ଵର ରଣା ଓ ସୁଶ୍ରୀ ମମିତା ପୁଝାରୀ ଯୋଗଦେଇ ତାଲିମ୍ ପ୍ରଦାନ କରିଥିଲେ । ମମିତା ପୁଝାରୀ, କଳ୍ପନା ଦନ୍ଦିଆ, ମୋହନ ପ୍ରିୟା ଭୋଇ, ସିମନ୍ତିନି କପଟ ଓ ଗ୍ରାମ ପଞ୍ଚାୟତର କର୍ମକର୍ତ୍ତା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଏହି କର୍ମଶାଳାରେ ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀ, ଗୋଷ୍ଠୀ ସହାୟିକା, ଚାଷୀ ଗୋଷ୍ଠୀରୁ ୬୫ ଜଣ ସଦସ୍ୟ ସଦସ୍ୟା ଅଂଶଗ୍ରହଣ କରିଥିଲେ ।

Leave A Reply

Your email address will not be published.