oom

ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା

jsmm

କଳାହାଣ୍ଡି, (ପି.କେ. ସାହୁ) : ଭାରତୀୟ ରିଜର୍ଭ ବ୍ୟାଙ୍କ୍‌ର ସହାୟତା ତଥା ସାଧନ ନୂଆଦିଲ୍ଲୀ ଓ ସମ୍ପର୍କ ଫିନ୍ ସର୍ଭିସେସ୍ ଭୁବନେଶ୍ୱରର ମିଳିତ ସହଯୋଗରେ ଅଲାତରା ଗ୍ରାମ ପଞ୍ଚାୟତର କଲ୍ୟାଣ ମଣ୍ଡପଠାରେ ଏକ ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ନାଏବ ସରପଞ୍ଚ ଦୟାନିଧି ଦାନ୍ଦିଆ, ପୋଷ୍ଟ ମାଷ୍ଟର ଯୁଗଲାଲ ସାହୁ, ସମାଜସେବୀ ପ୍ରଦୀପ କୁମାର ସାହୁ, ଯୋଗାଣ ସହାୟକ ସୁଶାନ୍ତ ବଗର୍ତ୍ତୀ, ମିଶନଶକ୍ତି ବିଭାଗର ଏମ୍‌ବିକେ ମମିତା ସାହୁ ଓ ମହାଶକ୍ତି ଫାଉଣ୍ଡେସନ୍‌ର ପ୍ରତିଷ୍ଠାତା ସଦସ୍ୟ ପ୍ରକାଶ ଚନ୍ଦ୍ର ସାହୁ ପ୍ରମୁଖ ଉଦ୍‌ଘାଟନ କରିଥିଲେ ।

ଏହି କର୍ମଶାଳାରେ ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ବିଭିନ୍ନ ବ୍ୟାଙ୍କ୍ ଓ ଆର୍ଥିକ ଅନୁଷ୍ଠାନରୁ ପାଇଥିବା ଋଣର ଉଚିତ୍ ବିନିଯୋଗ, ବ୍ୟବସାୟ ପାଇଁ ଆବଶ୍ୟକତା ଅନୁଯାୟୀ ଋଣ ଦରଖାସ୍ତ, ରୋଜଗାର ଭିତ୍ତିକ ବ୍ୟବସାୟର ଆୟରୁ ଋଣ କିସ୍ତି ଫେରସ୍ତ ତଥା ଅତ୍ୟଧିକ ଋଣ
ଭାରଗ୍ରସ୍ତ ନହେବା ଇତ୍ୟାଦି ବିଷୟରେ ବିଶଦ ଭାବେ ଆଲୋଚନା କରାଯାଇଥିଲା ।

କର୍ମଶାଳାରେ ଡିଜିଟାଲ ମାଧ୍ୟମରେ ଟଙ୍କା ଆଦାନ ପ୍ରଦାନ କରୁଥିଲେ ଆବଶ୍ୟକ ସତର୍କତାର ବିଭିନ୍ନ ଦିଗ ବିଷୟରେ ସମ୍ବଳ ବ୍ୟକ୍ତିମାନେ ଅଂଶ ଗ୍ରହଣକାରୀ ମାନଙ୍କୁ ବୁଝାଇଥିଲେ । ବିଭିନ୍ନ ଅଜଣା ନମ୍ବରରୁ ଆସୁଥିବା ଫୋନ୍‌ରେ ନିଜର କୌଣସି ଗୋପନୀୟ ତଥ୍ୟ ଯଥା ବ୍ୟାଙ୍କ୍ ଖାତା ନମ୍ବର, ଓ.ଟି.ପି, ଏ.ଟି.ଏମ୍‌ କାର୍ଡ ନମ୍ବର, ପାସ୍ କୋର୍ଡ, ଆଧାର କାର୍ଡ, ପାନ୍ କାର୍ଡ ଇତ୍ୟାଦି ନମ୍ବର ବିଷୟରେ କୌଣସି ତଥ୍ୟ ନ ଦେବା ବିଷୟରେ ସତର୍କ କରାଯାଇଥିଲା ।

ପରିବାରର ବାର୍ଷିକ ଆୟ ଓ ବ୍ୟୟ ଅଟକଳ ଯୋଜନା କରି ଆୟ ଅନୁଯାୟୀ ବ୍ୟୟ କଲେ ହିଁ ପରିବାରର ଆର୍ଥିକ ସ୍ଥିତି ସୁଦୃଢ ହୋଇ ପାରିବ । ଭବିଷ୍ୟତରେ ହେବାକୁ ଥିବା ବିଭିନ୍ନ ଖର୍ଚ୍ଚକୁ ଆକଳନ କରି ବର୍ଷ ଆରମ୍ଭରୁ ସେହି ବ୍ୟୟ ପାଇଁ ବ୍ୟାଙ୍କ୍‌ରେ ସଞ୍ଚୟ ରଖିବା ଉପରେ ତାଲିମଦାତା ଗୁରୁତ୍ୱ ଆରୋପ କରିଥିଲେ ।

କାର୍ଯ୍ୟକ୍ରମରେ ପ୍ରକାଶ ଚନ୍ଦ୍ର ସାହୁ, ପ୍ରଦୀପ କୁମାର ସାହୁ ଓ ସୁଶ୍ରୀ ମମିତା ପୁଝାରୀ ଯୋଗ ଦେଇ ତାଲିମ ପ୍ରଦାନ କରିଥିଲେ ।

ମମିତା ପୁଝାରୀ, ସବିତା ସ୍ୱାଇଁଙ୍କ ସମେତ ପଞ୍ଚାୟତର କର୍ମକର୍ତ୍ତା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଏହି କର୍ମଶାଳାରେ ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀ, ମିଳିତ ଉତ୍ତରଦାୟୀ ଗୋଷ୍ଠୀ, ଚାଷୀ ଗୋଷ୍ଠୀରୁ ୬୫ ଜଣରୁ ଅଧିକ ସଦସ୍ୟ ସଦସ୍ୟା ଅଂଶ ଗ୍ରହଣ କରିଥିଲେ ।

jittmm
Leave A Reply

Your email address will not be published.