ଲୋଇସିଂହା, (ବିମଳେନ୍ଦୁ ସାହୁ) : ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଲୋଇସିଂହାରେ ଶିଶୁ ବାଟିକା ବିଭାଗର ମାତୃ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ପରିଚାଳନା ସମିତି ସମ୍ପାଦକ ପ୍ରଶାନ୍ତ କୁମାର ବେହେରା ଏଥିରେ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ ଶିଶୁ ବାଟିକା ପ୍ରମୁଖା ବବିତା ମହାଣା । ଅତିଥି ପରିଚୟ ପ୍ରଦାନ କରିଥିଲେ ପ୍ରଧାନ ଆଚାର୍ଯ୍ୟ ଶିବ ବାରିକ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ସରସ୍ଵତୀ ନନ୍ଦ ଯୋଗଦେଇ ଶିଶୁ ଶିକ୍ଷାରେ ମାଆଙ୍କ ଭୂମିକା ବିଷୟରେ ଆଲୋଚନା କରିଥିଲେ । ମାଆ ମାନଙ୍କର ଗୀତାଭିନୟ ମଧ୍ୟ ପରିବେଷଣ କରାଯାଇଥିଲା । ପରିଶେଷରେ ବିଦ୍ୟା ମନ୍ଦିର ପ୍ରମୁଖ ପ୍ରେମାନନ୍ଦ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ପରିଚାଳନା ସମିତିର ସଦସ୍ୟା ଭାଗ୍ୟବତୀ ଘିବେଲା, ସୁବର୍ଣ୍ଣ ପୁଟାଙ୍କ ସମେତ ବିଦ୍ୟାଳୟର ସମସ୍ତ ଆଚାର୍ଯ୍ୟ ଆଚାର୍ଯ୍ୟା ସେବକ ସେବିକା କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।