ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି : ଅପରାହ୍ନରେ ସର୍ବସାଧାରଣ ଦର୍ଶନ କଟକଣା

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ବୁଧବାର ଅପରାହ୍ନରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି । ଏଣୁ ଅପରାହ୍ନରେ ଠାକୁର ଦର୍ଶନ କଟକଣା ରହିବ । ଏହି ସ୍ୱତନ୍ତ୍ର ନୀତି ସମୟରେ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଏହି ସେବା କରିବେ । ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିଲେ ମହାପ୍ରଭୁଙ୍କ ଏହି ସ୍ୱତନ୍ତ୍ର ନୀତି ହେବ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯାଏ । ଏହାଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ । ତେବେ ଉକ୍ତ ଦିନର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗି ସମୟ ଧାର୍ଯ୍ୟ ହେବ ।

Leave A Reply

Your email address will not be published.

error: Content is protected !!