pakka

ସୋହେଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ କାୟାକଳ୍ପ ପୁରସ୍କାର

bbehera

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ସୋହେଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ୨୦୨୧-୨୨ ବର୍ଷ ପାଇଁ କାୟାକଳ୍ପ ପୁରସ୍କାର ପାଇଁ ମନୋନୀତ କରିଯାଇଛି । ଆଜି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ପୁରସ୍କାର ଘୋଷଣା କରାଯାଇଛି । ଏଠାରେ ଉଲ୍ଲେଖଯୋଗ୍ୟ ଯେ, ରାଜ୍ୟରେ ଚିକିତ୍ସାଳୟ ଗୁଡ଼ିକର ପରିବେଶକୁ ସ୍ୱଚ୍ଛତା ରଖିବା ସହ ଚତୁଃପାର୍ଶ୍ଵରେ ସବୁଜ ବନାନୀ ସୃଷ୍ଟି କରିବା, (ଇକୋ ଫ୍ରେଣ୍ଡଲି) ଏହାର ମୁଖ୍ୟ ଉଦ୍ଦେଶ୍ୟ । ଏହି ପରିପ୍ରେକ୍ଷୀରେ ସୋହେଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଏକ ସୁନ୍ଦର ପ୍ରାକୃତିକ ପରିବେଶ ଓ ସ୍ୱଚ୍ଛତା ସୃଷ୍ଟି କରିବା ଯୋଗୁଁ ଚଳିତବର୍ଷ ଏହି ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛି । ଏକ ସ୍ୱତନ୍ତ୍ର ଉତ୍ସବରେ ବିଭାଗ ପକ୍ଷରୁ ଏହି ପୁରସ୍କାର ପ୍ରଦାନ କରାଯିବ ।

jay balangir
Leave A Reply

Your email address will not be published.

five + seven =