ଉତ୍କଳମଣିଙ୍କ ଜନ୍ମପୀଠର କାୟାକଳ୍ପ

  • ୧୫ ଫୁଟ ଉଚ୍ଚ ଗୋପବନ୍ଧୁଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତୀ, ଶିବ ମନ୍ଦିର, ସଂଗ୍ରାହାଳୟ, ଶିଶୁ ପାର୍କ, ପରିକ୍ରମା ରାସ୍ତା, ସୂଚନା କେନ୍ଦ୍ର
  • ସୁଆଣ୍ଡୋରୁ ଆରମ୍ଭ ହେଲା ମହାପୁରୁଷଙ୍କ ଜନ୍ମପୀଠର ବିକାଶ କାର୍ଯ୍ୟକ୍ରମ, ୫-ଟି ଉପକ୍ରମରେ ରାଜ୍ୟର ସବୁ ବରପୁତ୍ରଙ୍କ ଜନ୍ମପୀଠର ରୂପାନ୍ତର କରାଯିବ
  • ଗୋପବନ୍ଧୁ ଥିଲେ ଯୁଗପୁରୁଷ, ତାଙ୍କ ସ୍ମୃତି ରକ୍ଷା ପାଇଁ ଯେତେ ଯାହା କଲେ ବି କମ୍‌ ହେବ – ମୁଖ୍ୟମନ୍ତ୍ରୀ
  • ତ୍ୟାଗ ଓ ସେବା ହିଁ ମଣିଷକୁ ମହାନ୍ କରେ
  • ଗୋପବନ୍ଧୁଙ୍କ ‘ଭାର୍ଗବୀ ସଂକଳ୍ପ’କୁ ଜୀବନର ବ୍ରତ କରି ଏକ ନୂଆ ଓ ସଶକ୍ତ ଓଡିଶା ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

ଡେଲାଙ୍ଗ : ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ଉତ୍କଳମଣିଙ୍କ ଜନ୍ମପୀଠ ସୁଆଣ୍ଡୋର ହୋଇଛି କାୟାକଳ୍ପ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସୁଆଣ୍ଡୋରେ ପଣ୍ଡିତ ଉତ୍କଳମଣି ଗୋପବନ୍ଧୁଙ୍କ ରୂପାନ୍ତରିତ ଜନ୍ମପୀଠକୁ ଲୋକାର୍ପିତ କରିଛନ୍ତି । ଗୋପବନ୍ଧୁଙ୍କ ଏକ ୧୫ ଫୁଟ ଉଚ୍ଚ ପୂର୍ଣ୍ଣ ଅବୟେବ ପ୍ରତିମୂର୍ତ୍ତୀ ଉନ୍ମୋଚନ କରିବା ସହିତ ବିକଶିତ ଶିବ ମନ୍ଦିର, ପୋଖରୀ, ମ୍ୟୁଜିୟମ ଓ ପୈତୃକ ବାସଗୃହର ଉଦ୍‌ଘାଟନ କରିଛନ୍ତି । ଏହାସହିତ ଜନ୍ମପୀଠକୁ ରାସ୍ତା, ପରିକ୍ରମା ରାସ୍ତା ଓ ଏକ ସୂଚନାକେନ୍ଦ୍ର ମଧ୍ୟ କରାଯାଇଛି । ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗୋପବନ୍ଧୁ ଥିଲେ ଜଣେ ଯୁଗପୁରୁଷ । ଓଡିଆ ଜାତି ତାଙ୍କ ନିକଟରେ ସବୁବେଳେ ଋଣୀ । ତାଙ୍କ ସ୍ମୃତି ରକ୍ଷା ପାଇଁ ଯେତେ ଯାହା କଲେ ବି, କମ୍‌ ହେବ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୫-ଟି ଉପକ୍ରମରେ ଓଡିଶାର ବରପୁତ୍ର ମାନଙ୍କ ଜନ୍ମପୀଠର ବିକାଶ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଉତ୍କଳ ଗୌରବ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗଙ୍ଗାଧର ମେହେର, ସହିଦ ଲକ୍ଷ୍ମଣ ନାୟକ ଏବଂ ଆହୁରି ଅନେକ ମହାପୁରୁଷଙ୍କ ତ୍ୟାଗ ଓ ସାଧନା ଓଡିଶାର ଗୌରବ ବଢାଇଛି ବୋଲି ସେ କହିଥିଲେ । ଗୋପବନ୍ଧୁଙ୍କ ସ୍ମୃତିଚାରଣ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ଉତ୍କଳମଣି ଥିଲେ ମାନବ ସମାଜର ମଣି । ତାଙ୍କ ତ୍ୟାଗ, ଦେଶଭକ୍ତି, ସେବା ଓ ଜାତିପ୍ରୀତିର ତୁଳନା ନାହିଁ । ସ୍ୱାଧୀନତା ସଂଗ୍ରାମରୁ ଆରମ୍ଭ କରି ଓଡିଶାର ଶିକ୍ଷା, ସାହିତ୍ୟ ସଂସ୍କୃତି, ରାଜନୀତି, ସେବା ଓ ମାନବିକତାର ନୂଆ କୀର୍ତ୍ତି ସ୍ଥାପନ କରିଯାଇଛନ୍ତି । ଓଡିଶାରେ ଜାତୀୟବାଦୀ ଚେତନାର ବିକାଶରେ ସେ ଥିଲେ କର୍ଣ୍ଣଧାର । ଭୋଗ ନୂହେଁ, ତ୍ୟାଗ ହିଁ ମହାନ, ସେବା ହିଂ ଶ୍ରେଷ୍ଠ – ଏହା ହିଁ ହେଉଛି ଗୋପବନ୍ଧୁଙ୍କ ଜୀବନର ବର୍ତ୍ତା । ସେ ସବୁବେଳେ ଆମ ପାଇଁ ପ୍ରେରଣା ହୋଇ ରହିଛନ୍ତି ଓ ରହିଥିବେ । ଗୋପବନ୍ଧୁଙ୍କ ‘ଭାର୍ଗବୀ ସଂକଳ୍ପ’କୁ ଜୀବନର ବ୍ରତ କରି ଏକ ନୂଆ ଓ ସଶକ୍ତ ଓଡିଶା ଗଠନ ପାଇଁ କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ ।

ଗୋପବନ୍ଧୁଙ୍କ ଜନ୍ମ ମାଟିର ବିକାଶରେ ମୁଖ୍ୟମନ୍ତ୍ରୀ ଏଥିପାଇଁ ଉତ୍କଳମଣିଙ୍କ ପରିବାର ଓ ସୁଆଣ୍ଡୋ ଜନସାଧାରଣଙ୍କ ସହଯୋଗ ପାଇଁ ଧନ୍ୟବାଦ ଦେଇଥିଲେ । ଏହାସହିତ ରାଜ୍ୟ ସଂସ୍କୃତି ବିଭାଗ ଓ ପୁରୀ ଜିଲ୍ଲା ପ୍ରଶାସନକୁ ମଧ୍ୟ ଧନ୍ୟବାଦ ଦେଇଥିଲେ । କାର୍ଯ୍ୟକ୍ରମରେ ଯୋଗଦେଇ ଗୋପବନ୍ଧୁଙ୍କ ନାତି ଧିରେନ୍ଦ୍ର କୁମାର ଦାସ, ଉତ୍କଳମଣୀଙ୍କ ଜନ୍ମପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ । ଏହାଦ୍ୱାରା ରାଜ୍ୟରେ ମହାପୁରୁଷ ମାନଙ୍କ ମାର୍ଗରେ ଚାଲିବାକୁ ଜନସାଧାରଣ ପ୍ରେରିତ ହେବେ ବୋଲି ସେ କହିଥିଲେ ।

କାର୍ଯ୍ୟକ୍ରମରେ ରାଜ୍ୟ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ବିନୀ କୁମାର ପାତ୍ର, କ୍ରୀଡାମନ୍ତ୍ରୀ ତୁଷାରକାନ୍ତି ବେହେରା ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ପ୍ରମୁଖ ଅଭିଭାଷଣ ରଖି ଗୋପବନ୍ଧୁଙ୍କ ଜନ୍ମପୀଠର ବିକାଶ ସହିତ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ବିଭିନ୍ନ କ୍ଷେତ୍ରରେ ଓଡିଶାର ରୂପାନ୍ତର ଉପରେ ଆଲୋକପାତ କରିଥିଲେ । ଏହା ସହିତ ସାଂସଦ ପିନାକୀ ମିଶ୍ର, ବିଧାୟକ ଉମାକାନ୍ତ ସାମନ୍ତରାୟ ସମାଜ ଖବରକାଗଜ ପକ୍ଷରୁ ନିରଞ୍ଜନ ରଥ ମଧ୍ୟ ନିଜ ନିଜର ବକ୍ତବ୍ୟ ରଖିଥିଲେ ।

ଏହି କାର୍ଯ୍ୟକ୍ରମଟିରେ ସତ୍ୟବାଦୀ ବ୍ଲକ ଅଧକ୍ଷ ସୁନିଲ କୁମାର ପଣ୍ଡା, ସତ୍ୟବାଦୀ ବିଜେଡି ସଭାପତି ପ୍ରମୋଦ ରାଉତରାୟଙ୍କ ସହିତ ବିଶିଷ୍ଠ ବହୁ ବିଶିଷ୍ଠ ବ୍ୟକ୍ତି ଯୋଗ ଦେଇଥିଲେ । ବୈଠକରେ ଉତ୍କଳମଣିଙ୍କ ସଂପର୍କରେ ଏକ ବୃତଚିତ୍ର ପ୍ରଦାର୍ଶିତ ହୋଇଥିଲା । ମୁଖ୍ୟମନ୍ତ୍ରୀ ଗୋପବନ୍ଧୁଙ୍କ ୭ ଜଣ ନାତିଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ୫ଞ ଉପକ୍ରମରେ ଉତ୍କଳମଣିଙ୍କ ଜନ୍ମସ୍ଥାନର ରୂପାନ୍ତରରେ ପୁରୀର ଜିଲ୍ଲାପାଳ ସମର୍ଥ ବର୍ମା ଏବଂ ପୂର୍ବତନ
ଜିଲ୍ଲାପାଳ ବଲବନ୍ତ ସିଂହଙ୍କ ଉଦ୍ୟମର ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଥିଲେ ।

ରାଜ୍ୟ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ପୁରୀ ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.