ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ତରଫରୁ ବନ ମହୋତ୍ସବ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସରକାରୀ ଟାଉନ ଉଚ୍ଚ ବିଦ୍ୟାଳୟ ଠାରେ ଜ଼ିଲ୍ଲା ଶିକ୍ଷା କାର୍ୟ୍ୟାଳୟ ତରଫରୁ ବନ ମହୋତ୍ସବ ପାଳିତ ହୋଇଯାଇଛି। ଜ଼ିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ ନାଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବୃକ୍ଷ ରୋପଣର ମହତ୍ୱ ଓ ଆବଶ୍ୟକତା, ବନ ମହୋତ୍ସବର ଉଦ୍ଦେଶ୍ୟ ବିଷୟରେ ଆଲୋକପାତ କରିବା ସହ ଅତିକମରେ ଗୋଟିଏ ଗଛ ଲଗାଇ ତାର ଯତ୍ନ ନେବା ପାଇଁ ଉପଦେଶ ଦେଇଥିଲେ । ଏହି କାର୍ୟ୍ୟକ୍ରମରେ ଅତିରିକ୍ତ ଜ଼ିଲ୍ଲା ଶିକ୍ଷା ଅଧିକାରୀ ରୀନା କୁମାରୀ ବେହେରା, ସେଵାଶ୍ରୀ ଭୋଇ, ଜ଼ିଲ୍ଲା କ୍ରୀଡା ଶିକ୍ଷା ଅଧିକାରୀ ପ୍ରଦୀପ ପାତ୍ର, ଜ଼ିଲ୍ଲା ବିଜ୍ଞାନ ତତ୍ୱାବଧାରକ ନବଘନ ସାହୁ, ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଆର୍ୟ୍ୟଵାଳା ମିଶ୍ର, ଟାଉନ ବାଳିକା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ର ମିଶ୍ରଙ୍କ ସମେତ ବିଦ୍ୟାଳୟ ର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଓ ଶିକ୍ଷା କର୍ମଚାରୀ ଏହି କାର୍ୟ୍ୟକ୍ରମରେ ଅଂଶ ଗ୍ରହଣ କରି ୨୦୦ ଚାରା ରୋପଣ କରିଥିଲେ । ଉଲ୍ଲେଖଯୋଗ୍ୟ ଯେ, ବଲାଙ୍ଗିର ଜ଼ିଲ୍ଲା ଶିକ୍ଷା କାର୍ୟ୍ୟାଳୟ ପକ୍ଷରୁ ପରିବେଶ ସୁରକ୍ଷା ପାଇଁ ପୂର୍ବରୁ ଅନେକ କାର୍ୟ୍ୟକ୍ରମ ହାତକୁ ନିଆଯାଇଛି ।

Leave A Reply

Your email address will not be published.