ppurohit

ହୀରାପୁରରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ

2nd

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ହୀରାପୁର ଗ୍ରାମରେ ନୂଆଖାଇ ଭେଟଘାଟ କାର୍ଯ୍ୟକ୍ରମ ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପ୍ରେମରାଜ ପଧାନଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ସଙ୍ଗୀତଜ୍ଞ ଭୀମସେନ ସ୍ୱାଇଁ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ସମାଜସେବୀ ଜଗତରାମ ପଧାନ ତଥା ସମ୍ମାନିତ ଅତିଥି ଭାବେ ଅନ୍ତରାମ ସାହୁ, ପ୍ରଦ୍ୟୁମ୍ନ କାଲସାଏ, କୁନୁ ସେଠ ପ୍ରମୁଖ ଉପସ୍ଥିତ ଥିଲେ । ପ୍ରାରମ୍ଭରେ ମା ସମଲେଇଙ୍କ ପୂଜାର୍ଚ୍ଚନା ପରେ ସ୍ଥାନୀୟ ଅଂଚଳର ମହାନ କୃଷିଭିତ୍ତିକ ପର୍ବ ନୂଆଁଖାଇ ଉପରେ ଅତିଥିଗଣ ବକ୍ତବ୍ୟ ରଖିଥିଲେ । ଏହି ଅବସରରେ କୁନିକୁନି ପ୍ରତିଭାମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବା ସହିତ ଗ୍ରାମର ପୁରୁଖା କଳାକାରମାନଙ୍କୁ ସମ୍ୱର୍ଦ୍ଧିତ କରାଯାଇଥିଲା । ପରିଶେଷରେ ଆଶିଷ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.