- ‘ମହାକୁମ୍ଭ’ ସନାତନ ସଭ୍ୟତା, ସଂସ୍କୃତି, ଦର୍ଶନ ଏବଂ ଶାସ୍ୱତ ପରମ୍ପରାର ଜୀବନ୍ତ ପ୍ରତୀକ – ଧର୍ମେନ୍ଦ୍ର ପ୍ରଧାନ
- ପବିତ୍ର ତ୍ରିବେଣି ସଙ୍ଗମରେ ସପରିବାର ବୁଡ ପକାଇବା ମୋର ସୌଭାଗ୍ୟ
- ଉତ୍ତର ପ୍ରଦେଶର ଉଚ୍ଚ ଶିକ୍ଷା ମନ୍ତ୍ରୀ ଯୋଗେନ୍ଦର ଉପାଧ୍ୟାୟ, ପରିବହନ ମନ୍ତ୍ରୀ ଦୟାଶଙ୍କର ସିଂହ, ଏମ୍ଏସ୍ଏମ୍ଇ ମନ୍ତ୍ରୀ ରାକେଶ ସଚନ ପ୍ରମୁଖ ବୁଡ ପକାଇଲେ
- ୧୪୪ ବର୍ଷ ପରେ ମହାକୁମ୍ଭର ଅଲୌକିକ ସଙ୍ଗମର ଅବସର ଆମ ସମସ୍ତଙ୍କୁ ଦିବ୍ୟ ଅନୁଭୂତି ଦେଇଛି
- ଧର୍ମ ଏବଂ ବିଶ୍ୱାସର ସବୁଠାରୁ ମହାନ ପର୍ବ ମହାକୁମ୍ଭ
- ମହାକୁମ୍ଭ ଭାରତର ହଜାର ବର୍ଷର ପୁରୁଣା ଅଧ୍ୟାତ୍ମିକତା ଏବଂ ସାଂସ୍କୃତିକ ଚେତନାର ଜୀବନ୍ତ ଜ୍ୟୋତି
- ମହାକୁମ୍ଭ ମେଳାକୁ ସୁବ୍ୟବସ୍ଥିତ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଉତ୍ତରପ୍ରଦେଶ ସରକାରଙ୍କୁ ଧନ୍ୟବାଦ
ପ୍ରୟାଗରାଜ, (ପିଆଇବି) : ମହାକୁମ୍ଭ ସନାତନ ସଭ୍ୟତା, ସଂସ୍କୃତି, ଦର୍ଶନ ଏବଂ ଆମ ଶାସ୍ୱତ ପରମ୍ପରାର ଜୀବନ୍ତତାର ପ୍ରତୀକ ବୋଲି ରବିବାର ପ୍ରୟାଗରାଜ ଠାରେ ତ୍ରିବେଣୀ ସଙ୍ଗମରେ ସପରିବାର ବୁଡ ପକେଇବା ସହ ସ୍ନାନ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମା’ ଗଙ୍ଗା, ଯମୁନା ଏବଂ ସରସ୍ଵତୀଙ୍କ ତ୍ରିବେଣୀ ସଙ୍ଗମରେ ସପରିବାର ବୁଡ ପକେଇବା ଅବସରରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ଦୀର୍ଘ ୧୪୪ ବର୍ଷ ପରେ ମହାକୁମ୍ଭର ଅଲୌକିକ ସଙ୍ଗମର ଅବସର ଉପନୀତ ହୋଇଛି । ଏହି ସଙ୍ଗମରେ ପୂଜ୍ୟ ସାଧୁ ସନ୍ଥ ଏବଂ ଭକ୍ତମାନେ ଏକାଠି ହୋଇଛନ୍ତି । ଏହା ହେଉଛି ଧର୍ମ ଏବଂ ବିଶ୍ୱାସର ସବୁଠାରୁ ମହାନ ପର୍ବ । ଏହି ଭଳି ଦିବ୍ୟ ଅବସରରେ ଏକତାର ମହାପର୍ବ ‘ମହାକୁମ୍ଭ’ରେ ସପରିବାର ଶ୍ରଦ୍ଧାର ସହିତ ସ୍ନାନ କରିବା ମୋ ପାଇଁ ଦିବ୍ୟ ଅନୁଭୁତି ଏବଂ ପରିବାର ପାଇଁ ସୌଭାଗ୍ୟର ବିଷୟ । ମହାକୁମ୍ଭ କେବଳ ଏକ ପର୍ବ ନୁହେଁ ବରଂ ଏହା ଭାରତର ହଜାର ହଜାର ବର୍ଷ ପୁରୁଣା ଅଧ୍ୟାତ୍ମିକତା ଏବଂ ସାଂସ୍କୃତିକ ଚେତନାର ଜୀବନ୍ତ ଜ୍ୟୋତି । ଏହି ଦିବ୍ୟ ଅବସରରେ ସମଗ୍ର ବିଶ୍ଵ ସନାତନ ସଂସ୍କୃତିର ଭବ୍ୟତା, ଶ୍ରଦ୍ଧା ଏବଂ ଭକ୍ତିରେ ମୁଁ ଅଲୌକିକ ଶକ୍ତିକୁ ଅନୁଭବ କରୁଛି । ଏହି ଅବସରରେ ମା’ ଗଙ୍ଗାଙ୍କ ପାଖରେ ସମସ୍ତଙ୍କ କଲ୍ୟାଣ ପାଇଁ ପ୍ରାର୍ଥନା କରିଛନ୍ତି । ଲକ୍ଷ ଲକ୍ଷ ଶ୍ରଦ୍ଧାଳୁମାନଙ୍କ ପାଇଁ ମହାକୁମ୍ଭ ମେଳା ସୁବ୍ୟବସ୍ଥିତ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଉତ୍ତରପ୍ରଦେଶ ସରକାରଙ୍କୁ ଶ୍ରୀ ପ୍ରଧାନ ଧନ୍ୟବାଦ ଦେଇଛନ୍ତି । ତ୍ରିବେଣୀ ସଙ୍ଗମରେ କେନ୍ଦ୍ରମନ୍ତ୍ରୀଙ୍କ ସହ ଉତ୍ତର ପ୍ରଦେଶର ଉଚ୍ଚ ଶିକ୍ଷା ମନ୍ତ୍ରୀ ଯୋଗେନ୍ଦର ଉପାଧ୍ୟାୟ, ପରିବହନ ମନ୍ତ୍ରୀ ଦୟାଶଙ୍କର ସିଂହ ଓ ଏମ୍ଏସ୍ଏମ୍ଇ ମନ୍ତ୍ରୀ ରାକେଶ ସଚନ ପ୍ରମୁଖ ମଧ୍ୟ ବୁଡ ପକାଇଥିଲେ ।