centurian jitm

ଜାରି ରହିବ ମୁଣ୍ଡଫଟା ଖରା

nschool

ଭୁବନେଶ୍ୱର : ଭୀଷଣ ହେଉଛି ଗ୍ରୀଷ୍ମକୋପ । ଆକାଶରୁ ହେଉଛି ଅଗ୍ନିବର୍ଷା । ଆସନ୍ତାକାଲି ଯାଏଁ ସିଭିୟର ହିଟ୍ ୱେଭ୍ ପାଇଁ ରାଜ୍ୟ କିଛି ସ୍ଥାନରେ ରେଡ୍ ଆଲର୍ଟ ଜାରି ହୋଇଛି । ଆଜି ପାଇଁ ୧୧ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି । ସେ ସବୁ ହେଲା, କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଏବଂ ଅନୁଗୁଳ ଭଳି ୧୧ ଜିଲ୍ଲା । ସେହିଭଳି ହିଟ୍ ୱେଭ୍ ନେଇ ୮ ଜିଲ୍ଲାକୁ ଅରେଞ୍ଜ ଏବଂ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏପଟେ ରେକର୍ଡ ପରେ ରେକର୍ଡ ଭାଙ୍ଗୁଛି ଏପ୍ରିଲ୍ ତାତି । ଗତକାଲି ୧୫ ସହରର ତାପମାତ୍ରା ୪୪ ଡିଗ୍ରୀ ଉପରେ ରେକର୍ଡ ହୋଇଛି । ତାପମାତ୍ରାରେ ସର୍ବକାଳୀନ ରେକର୍ଡ କରିଛି ବାରିପଦା ସହର । ବାରିପଦାରେ ୪୬.୪ ଡିଗ୍ରୀ ସେଲସିୟସ ପାରଦ ରେକର୍ଡ ହୋଇଛି । ପାଣିପାଗ ବିଭାଗର ଆକଳନ, ମେ’ ଦ୍ୱିତୀୟ ସପ୍ତାହ ଯାଏଁ ଏମିତି କଲବଲ କରିବ ତାତି । ମେ’ ୨ରୁ ୪ ମଧ୍ୟରେ ସାମୁଦ୍ରିକ ଝଡ଼ ପ୍ରଭାବରେ ଉପକୂଳ ଓଡ଼ିଶାରେ ୨ରୁ ୩ ଡିଗ୍ରୀ ଖସିପାରେ ପାରଦ ।

Leave A Reply

Your email address will not be published.