jayashree

ପ୍ରଚଣ୍ଡ ଖରା : ଆହୁରି ୧ ଡିଗ୍ରୀ ବୃଦ୍ଧି ପାଇ ପାରେ ତାପମାତ୍ରା, ୮ଟି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପ୍ରଚଣ୍ଡ ଖରା ଯୋଗୁଁ ତତଲା ତାୱା ପାଲଟିଛି ସାରା ଓଡ଼ିଶା । ପାରଦ ଦିନକୁ ଦିନ ଉପରମୁହାଁ ହେବାରେ ଲାଗିଛି । ଗୁରୁବାର ଦିନ ରାଜ୍ୟର ୨୫ଟି ସହରରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରେକର୍ଡ ହୋଇଥିବା ବେଳେ ୮ ସହରର ପାରଦ ୪୨ ଡିଗ୍ରୀ ପାର୍‌ କରିଛି । ୪୩.୫ ଡିଗ୍ରୀ ତାପମାତ୍ରା ସହ ବାରିପଦା ରାଜ୍ୟର ଉତ୍ତପ୍ତ ସହର ତାଲିକାର ସର୍ବାଗ୍ରେ ରହିଛି । ଆଜି(ଶୁକ୍ରବାର) ବି ରାଜ୍ୟବାସୀଙ୍କୁ ତାତିରୁ ତ୍ରାହି ନାହିଁ । ଓଡ଼ିଆ ନବବର୍ଷ ବା ପଣା ସଂକ୍ରାନ୍ତିରେ ରାଜ୍ୟର ତାପମାତ୍ରା ଆହୁରି ୧ ଡିଗ୍ରି ବୃଦ୍ଧିପାଇବ । ଏଣୁ ଆସନ୍ତା ୨ ଦିନ ପାଇଁ ହିଟ୍‌ ୱେଭ୍‌ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଜି ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ସମ୍ବଲପୁର, ଦେବଗଡ଼ ଓ ଅନୁଗୁଳ ଆଦି ୮ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.