oom

ଖେଲୋ ଇଣ୍ଡିଆ ୟୁଥ୍ ଗେମରେ ଫ୍ୟୁଚର ଷ୍ଟାର୍ ସ୍ପୋର୍ଟସ ଏକାଡେମୀରୁ ଭାଗନେବେ ୨ ଖେଳାଳୀ

jsmm

ବାରିପଦା, (ଦେବସ୍ମିତ ଚୌଧୁରୀ) : ବିହାର ଠାରେ ଚଳିତ ମାସ ୪ରୁ ୧୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଖେଲୋ ଇଣ୍ଡିଆ ୟୁଥ୍ ଗେମ୍ -୨୦୨୫ ମହିଳା ବିଭାଗରେ ଫ୍ୟୁଚର ଷ୍ଟାର୍ ସ୍ପୋର୍ଟସ ଏକାଡେମୀର ୨ ଜଣ ବାଳିକା ଓଡ଼ିଶା ଦଳରେ ସ୍ଥାନ ପାଇଛନ୍ତି, ସେମାନେ ହେଲେ ସୁମିତ୍ରା ମୁର୍ମୁ ଓ ନମିତା ହେମ୍ବ୍ରମ । ତାଙ୍କର ଏହି ସଫଳତାର ଖବର ପାଇ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ସାଧାରଣ ସମ୍ପାଦକ ବିଜୟ କୁମାର ଦାସ, ଭଞ୍ଜସେନା ପ୍ରତିଷ୍ଠାତା କଳିଙ୍ଗ କେଶରୀ ଜେନା, ଏକାଡେମୀର ନିର୍ଦ୍ଦେଶକ ଅମର କୁମାର ସେଠି, ଉପଦେଷ୍ଟା ସୋମନାଥ ସିଂହ, ମଙ୍ଗଲ ହାଁସଦା, କୋଚ ରୁପାଲୀ ସୋରେନ, ବାରିପଦା ଶାଖା ପରିଚାଳକ ରଣଜିତ ରାଉତ, ପ୍ରଶିକ୍ଷକ ଚନ୍ଦନ ସିଂ, ରାଜକିଶୋର ପାତ୍ର, ତରଣୀସେନ ନାୟକ, ପ୍ରତିଷ୍ଠାତା ଦିବ୍ୟରଞ୍ଜନ ଦାସଙ୍କ ସମେତ ବହୁ କ୍ରୀଡ଼ାବିତ ଅଭିନନ୍ଦନ ଜଣାଇବା ସହ ସଫଳତା କାମନା କରିଛନ୍ତି ।

jittmm
Leave A Reply

Your email address will not be published.