ରାଜ୍ୟରେ ଆସନ୍ତା ୯ରୁ ଖୋଲିବ ବୈଷୟିକ କଲେଜ ଓ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୯ରୁ ଖୋଲିବ ବୈଷୟିକ କଲେଜ ଓ ବିଶ୍ୱବିଦ୍ୟାଳୟ । ତେବେ କେବଳ ଶେଷ ବର୍ଷ ପାଇଁ ହେବ ଅଫ୍‌ଲାଇନ୍ କ୍ଲାସ । ଏନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । କଲେଜ ଖୋଲିବା ପୂର୍ବରୁ କଲେଜ ପରିସର ସଫା ସହ ବିଶୋଧନ କରିବାକୁ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖାଯାଇଛି । ଦଶମ, ଦ୍ୱାଦଶ ଶ୍ରେଣୀ ଖୋଲିସାରିଥିବା ବେଳେ କରୋନା ଯୋଗୁଁ ଛାତ୍ରଛାତ୍ରୀଙ୍କ ପାଠପଢ଼ା ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଛି । ହଷ୍ଟେଲ ମଧ୍ୟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । କୋଭିଡ ଗାଇଡଲାଇନ୍‌ ଅନୁଯାୟୀ ବୈଷୟିକ କଲେଜ ଓ ବିଶ୍ୱବିଦ୍ୟାଳୟର କ୍ଲାସ ହେବ । ସାମାଜିକ ଦୂରତା ଅବଳମ୍ବନ କରାଯିବ ।

Leave A Reply

Your email address will not be published.