pakka

ବଲାଙ୍ଗିର ଜିଲ୍ଲାର ୧୪ଟି ବ୍ଲକର କିସ ଆଦିବାସୀ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଶୁଖିଲା ଖାଦ୍ୟ ସାମଗ୍ରୀ ଓ ପରୀକ୍ଷା ପ୍ରଶ୍ନ ପତ୍ର ପ୍ରଦାନ

bbehera

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲାର ୧୪ଟି ବ୍ଲକର କିସ ଆଦିବାସୀ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରଛାତ୍ରୀମାନଙ୍କୁ ୧୮ତମ ପର୍ଯ୍ୟାୟ ଶୁଖିଲା ଖାଦ୍ୟ ସାମଗ୍ରୀ ବଣ୍ଟନ କରାଯାଇଛି । ଏହାସହିତ ପରୀକ୍ଷା ପ୍ରଶ୍ନ ପତ୍ର ବିତରଣ କରାଯାଇଛି । କରୋନା ମହାମାରୀ ଜନିତ କଟକଣା ସମୟରେ ସମ୍ପୂର୍ଣ୍ଣ ନିଃଶୁଳ୍କ ଗୁଣାତ୍ମକ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ କିସ କିଟ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ଡା. ଅଚ୍ୟୁତ ସାମନ୍ତ କିସର ଛାତ୍ରଛାତ୍ରୀମାନଙ୍କ ଉଚ୍ଚ ଶିକ୍ଷା, ଗୁଣାତ୍ମକ ଶିକ୍ଷା, ଅନଲାଇନ ଶିକ୍ଷା ବ୍ୟବସ୍ଥାକୁ ଅନବରତ ଜାରି ରଖିବା କାର୍ଯ୍ୟକ୍ରମ ହାତକୁ ନେଇ ସାରା ବିଶ୍ୱରେ ଉଦାହରଣ ସୃଷ୍ଟି କରିଛନ୍ତି ।

କରୋନା କଟକଣା ପରିସ୍ଥିତିରେ କିସ ଛାତ୍ରଛାତ୍ରୀ ମାନଙ୍କୁ ନିରବିଛିନ୍ନ ମାଗଣା ଶିକ୍ଷା ଦାନ ପାଇଁ କିସ ତରଫରୁ ଅନଲାଇନ ଲାଇଭ କ୍ଲାସ ଏବଂ କଳିଙ୍ଗ ଟିଭି ମାଧ୍ୟମରେ ଲାଇଭ କ୍ଲାସ ଶିକ୍ଷା ପ୍ରଦାନ କରାଯାଉଛି । କିସ କିଟ ପ୍ରତିଷ୍ଠାତା ଡା. ଅଚ୍ୟୁତ ସାମନ୍ତଙ୍କ ଅବଦାନ ଫଳରେ ୧୮ତମ ପର୍ଯ୍ରାୟରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ପାଇଁ ଶୁଖିଲା ଖାଦ୍ୟ ସାମଗ୍ରୀ, ସାନିଟାଇଜର ସମସ୍ତ ବ୍ଲକରେ ବଣ୍ଟନ କରାଯାଇଛି । ଆଜି ବଲାଙ୍ଗିର ଜିଲ୍ଲାର ୧୪ଟି ବ୍ଲକର କର୍ମକର୍ତ୍ତାମାନେ ପାଠ୍ୟ ଉପକରଣ, ଶୁଖିଲା ଖାଦ୍ୟ ସାମଗ୍ରୀ, ସାନିଟାଇଜର ଇତ୍ୟାଦି ବଣ୍ଟନ କରିବାରେ ସହଯୋଗ କରିଥିଲେ ।

Leave A Reply

Your email address will not be published.

2 × 5 =