csstore

ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉଦ୍‌ଯାପିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉଦ୍‌ଯାପିତ ହୋଇଯାଇଛି । ଏହି ଉଦ୍‌ଯାପିତ ଉତ୍ସବରେ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଗରୁଡ଼ଧ୍ୱଜ ବେହେରାଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ବଙ୍ଗୋମୁଣ୍ଡା ଜୋନର ଜିଲ୍ଲା ପରିଷଦ ସଦସ୍ୟ ଓମ୍‌ କୁମ୍ଭାର, ସମ୍ମାନୀୟ ଅତିଥି ଭାବରେ ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ଶୋଭେନ୍ଦ୍ର କୁମାର ମେହେର ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ । ଏଥିରେ ବିଭିନ୍ନ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଛି ।ଏଥିରେ କ୍ରୀଡା ଅଧ୍ୟାପକ ହେମନ୍ତ ପ୍ରଧାନ ଓ ଜୟ ପ୍ରକାଶ ସାହୁ ଖେଳ ପରିଚାଳନା କରିଥିଲେ । ଏଥିରେ ଅଧ୍ୟାପକ ଓ ଅଧ୍ୟାପିକାମାନେ ସହଯୋଗ କରିଥିଲେ ।

jayashree
Leave A Reply

Your email address will not be published.