oom

ପିପିଲିରେ ଜାତୀୟ କ୍ରୀଡ଼ା ଦିବସ ପାଳିତ

jsmm

ପିପିଲି : ହକିର ଯାଦୁଗର ମେଜର ଧ୍ୟାନଚାନ୍ଦଙ୍କ ଜୟନ୍ତୀ ଅବସରରେ ପିପିଲି ସାଂସ୍କୃତିକ ପରିଷଦ ପକ୍ଷରୁ ସୋମବାର ପିପିଲିରେ ଜାତୀୟ କ୍ରୀଡ଼ା ଦିବସ ସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ସକାଳ ୭ଟାରେ ପିପିଲି ନୋଡାଲ ହାଇସ୍କୁଲ ଖେଳପଡ଼ିଆରୁ ଏକ ବିଶାଳ କ୍ରୀଡା ଶୋଭାଯାତ୍ରା ବାହାରି ପିପିଲି ବଜାର ପରିକ୍ରମା କରିଥିଲା । ଏହି ଶୋଭାଯାତ୍ରାକୁ ଲେଫ୍ଟନାଣ୍ଟ ଜେନେରାଲ ନାରାୟଣ ମହାନ୍ତି, ଅନ୍ତର୍ଜାତୀୟ ସ୍ୱର୍ଣ୍ଣପଦକ ବିଜୟିନୀ ଓଡ଼ିଆ ନୌକ୍ରୀଡାବିତ୍‍ ପ୍ରମୀଳା ପ୍ରଭା ମିଞ୍ଜ ଓ ଅନ୍ତର୍ଜାତୀୟ କ୍ରୀଡ଼ାବିତ୍‍ ସରସ୍ୱତୀ ଚାନ୍ଦ ପ୍ରମୁଖ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ପିପିଲିର ବିଭିନ୍ନ ବିଦ୍ୟାଳୟର ୪ଶହରୁ ଅଧିକ ଛାତ୍ରଛାତ୍ରୀଙ୍କ ସମେତ ୩ଟି କ୍ରୀଡା ସଂଗଠନର କର୍ମକର୍ତ୍ତାମାନେ ଏଥିରେ ଯୋଗଦେଇଥିଲେ । ଜବାହର ବିଦ୍ୟାପୀଠଠାରେ ଶୋଭାଯାତ୍ରା ପହଞ୍ଚିବା ପରେ ସେଠାରେ ଆୟୋଜିତ ସଭାରେ ମୁଖ୍ୟଅତିଥି ଲେଫ୍ଟନାଣ୍ଟ ଜେନେରାଲ ନାରାୟଣ ମହାନ୍ତି, ସାଂସ୍କୃତିକ ପରିଷଦର ମୁଖ୍ୟ ସଂପାଦକ ରମେଶ ଚନ୍ଦ୍ର ମହାପାତ୍ର, ଶିକ୍ଷାବିତ୍‍ ହେମନ୍ତ କୁମାର ପ୍ରଧାନ, ମୁଖ୍ୟ ସଂଯୋଜକ ଦୀନବନ୍ଧୁ ବେହୁରା ପ୍ରମୁଖ ଧ୍ୟାନଚାନ୍ଦଙ୍କ ସଂପର୍କରେ ଆଲୋକପାତ କରିବା ସହ ଜାତୀୟ କ୍ରୀଡ଼ା ଦିବସ ପାଳନର ଆଭିମୁଖ୍ୟ ସଂପର୍କରେ ପ୍ରକାଶ କରିଥିଲେ । ଏହି ଅବସରରେ ଆନ୍ତର୍ଜାତୀୟ ସ୍ୱର୍ଣ୍ଣପଦକ ବିଜୟିନୀ ଓଡ଼ିଆ ନୌକ୍ରୀଡାବିତ୍‍ ପ୍ରମୀଳା ପ୍ରଭା ମିଞ୍ଜ ଓ ଅନ୍ତର୍ଜାତୀୟ କ୍ରୀଡାବିତ୍‍ ସରସ୍ୱତୀ ଚାନ୍ଦଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଉଭୟ କ୍ରୀଡ଼ାବିତ୍‍ ନିଜ ଜୀବନର ସଫଳତା ସଂପର୍କରେ ଆଲୋକପାତ କରିଥିଲେ । ରାଜ୍ୟରେ କ୍ରୀଡାର ମାନବୃଦ୍ଧି ପାଇଁ ପରିଷଦ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ପରିଷଦର ମୁଖ୍ୟ ସଂପାଦକ ଶ୍ରୀ ମହାପାତ୍ର ସୂଚନା ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଦ୍ୟାଳୟର କ୍ରୀଡା ଶିକ୍ଷକଙ୍କ ସମେତ ଅଞ୍ଚଳର ବହୁ କ୍ରୀଡାବିତ୍‍ ଯୋଗ ଦେଇଥିଲେ ।

jittmm
Leave A Reply

Your email address will not be published.