csstore

ବାଙ୍କେଲ ସମଲେଶ୍ଵରୀ ଶିଶୁମନ୍ଦିରରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ବାଙ୍କେଲ ପଞ୍ଚାୟତ ସଦର ବାଙ୍କେଲ ଗ୍ରାମର ସମଲେଶ୍ଵରୀ ଶିଶୁ ମନ୍ଦିର ଆନୁୂଲ୍ୟରେ ବାର୍ଷିକ କ୍ରୀଡ଼ା ଉତ୍ସବ ୨୦୨୫-୨୬ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ବାଙ୍କେଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଯୋଗେନ୍ଦ୍ର ଆଡଯୁଆଡ ମୂଖ୍ୟ ଅତିଥି, ସମ୍ମାନିତ ଅତିଥି ଭାବେ ସମଲେଶ୍ଵରୀ ଶିଶୁ ମନ୍ଦିର ପରିଚାଳନା କମିଟିର ସଭାପତି ପୂର୍ଣ୍ଣଚନ୍ଦ୍ର ପୁଟେଲ, ସମଲେଶ୍ଵରୀ ଶିଶୁ ମନ୍ଦିର ପରିଚାଳନା କମିଟି ସଂପାଦକ ଅଗସ୍ତି ବାଗ, ଶିଶୁ ମନ୍ଦିର ପ୍ରଧାନ ଆଚାର୍ଯ୍ୟ ଅଲେଖ ସାହୁ ଏବଂ ଶିଶୁ ମନ୍ଦିରର ସମସ୍ତ ଗୁରୁଜୀ ଓ ଗୁରୁମା ଉପସ୍ଥିତ ଥିଲେ। । ସଭା ଶେଷରେ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସମସ୍ତ ଗୁରୁଜୀ ଓ ଗୁରୁମା ସମ୍ପୁର୍ଣ୍ଣ ସହଯୋଗ କରିଥିଲେ ।

jayashree
Leave A Reply

Your email address will not be published.