centurian jitm

ରାଜବୋଡାସମ୍ବର କୃଷକ ସଙ୍ଗଠନର ପଞ୍ଚାୟତସ୍ତରୀୟ କମିଟି ଗଠନ

nschool

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଗାଇସିଲେଟ ବ୍ଲକର ଚାଣ୍ଟିପାଲି ଗ୍ରାମ ପଞ୍ଚାୟତର ଚାଷୀମାନଙ୍କୁ ନେଇ ଆଜି ରାଜବୋଡାସମ୍ବର କୃଷକ ସଙ୍ଗଠନର ବ୍ଲକ ସଭାପତି ଅରବିନ୍ଦ ଚନ୍ଦ୍ର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ସାଧାରଣ ସଭା ବସିଥିଲା । ଏହି ସଭାରେ ରାଜବୋଡାସମ୍ବର କୃଷକ ସଙ୍ଗଠନର ପଂଚାୟତସ୍ତରୀୟ ଗଠନ କରିବା ସହିତ ଚାଷୀମାନଙ୍କ ସବୁ ପରିସ୍ଥିତିରେ ଛିଡା ହୋଇ ଚାଷୀମାନଙ୍କ ହକର ଲଢେଇରେ ସମସ୍ତେ ମିଶି ଲଢ଼ିବା ପାଇଁ ନିଷ୍ପତି ନେଇଥିଲେ । ଏହି ବୈଠକରେ ସମସ୍ତଙ୍କ ମତାମତ ନେଇ ଏକ କମିଟି ଗଠନ କରାଯାଇଥିଲା । ଏହି କମିଟିରେ ଦୁଷ୍ମନ୍ତ ସାହୁ ସଭାପତି, ସୁରେଶ ସାହୁ ଉପସଭାପତି, ବେଣୁଧର ସାବତ ସମ୍ପାଦକ, ଧନଦେବ ଦଣ୍ଡସନା ସହସମ୍ପାଦକ, ମିତ୍ରଭାନୁ ସାହୁ କୋଷାଧ୍ୟକ୍ଷଙ୍କୁ ଚୟନ କରି ୨୧ ଜଣିଆ କମିଟି ଗଠନ କାରାଯାଇ ସର୍ବ ସମ୍ମତି କ୍ରମେ ସଂଗଠନର ଦାୟିତ୍ୱ ପ୍ରଦାନ କରାଯାଇଥିଲା । ଉକ୍ତ ସଭାରେ ସମସ୍ତ ଗ୍ରାମର ଚାଷୀ ଯୋଗଦାନ କରିଥିଲେ । ଆଗାମୀ ଦିନରେ ଚାଷୀମାନଙ୍କ ପାଇଁ ରାଜବୋଡାସମ୍ବର କୃଷକ ସଙ୍ଗଠନ, ଗାଇସିଲେଟ ବ୍ଲକରେ ସମସ୍ତେ ମିଶି ଏକଜୁଟ ହୋଇ କାମ କରିବା ପାଇଁ ଆଲୋଚନା କରାଗଲା । ସବୁ କ୍ଷେତ୍ରରେ କାମ କରି ଚାଷୀମାନଙ୍କ ସମସ୍ତ ଅସୁବିଧାରେ ସଙ୍ଗବଦ୍ଧ ହୋଇ ଲଢେଇ କରିବେ ବୋଲି ନିଷ୍ପତି ଗ୍ରହଣ କରାଗଲା । ଏହି ବୈଠକରେ ରାଜବୋଡାସମ୍ବର କୃଷକ ସଙ୍ଗଠନ ଗାଇସିଲେଟ ବ୍ଲକର ସଭାପତି ଅରବିନ୍ଦ ଚନ୍ଦ୍ର ପଣ୍ଡା, ଉପସଭାପତି ସରୋଜ ସାହୁ, ଉପଦେଷ୍ଟା କମିଟିର ସଦସ୍ୟ ଛବିଳ ବେହେରା ପ୍ରମୁଖ ଉପସ୍ଥିତ ରହି ସଂଗଠନର ବିଭିନ୍ନ କାର୍ଯ୍ୟପନ୍ଥା ବିଷୟରେ ଆଲୋଚନା କରି ସଭା ସାଙ୍ଗ କରିଥିଲେ ।

Leave A Reply

Your email address will not be published.