
ଭୁବନେଶ୍ୱର, (କେପିଏନ୍ଏସ୍) : ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୫,୨୬,୮୧୮ ବିଦ୍ୟାର୍ଥୀ ପରୀକ୍ଷା ଦେଇଥିବା ବେଳେ ୫,୧୭,୮୪୭ ଜଣ ଅର୍ଥାତ୍ ୯୦.୫୫ ପ୍ରତିଶତ କୃତକାର୍ୟ୍ୟ ହୋଇଛନ୍ତି । ଏସ୍ଏମ୍ଇ ଓଡିଶା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପରୀକ୍ଷା ଫଳ ଘୋଷଣା କରିଥିଲେ । ବିଭାଗୀୟ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ଓ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
