କୁମ୍ବିଂ ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ

ବାଲିଗୁଡା : କୁମ୍ବିଂ ଅପରେସନ ବେଳେ ଘଟିଛି ଅଘଟଣ । ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଗୁରୁତର ହୋଇଛନ୍ତି ଦୁଇ ଏସ୍‌ଓଜି ଯବାନ । ଖବର ଅନୁଯାୟୀ, କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା ସିର୍ଲା ନିକଟସ୍ଥ ସିରିକୁଟି ଜଙ୍ଗଲରେ ଏସ୍‌ଓଜି ଯବାନ କୁମ୍ବିଂ ଅପରେସନ ଚଳାଇଥିବା ବେଳେ ମାଓବାଦୀମାନେ ପୁର୍ବରୁ ବିଛାଇଥିବା ଲ୍ୟାଣ୍ଡମାଇନ ବିସ୍ଫୋରଣ ଘଟିଥିଲା । ଫଳରେ ଜଣେ ଏସ୍‌ଓଜି ଯବାନ ଗୁରୁତର ହୋଇଥିବା ବେଳେ ଅନ୍ୟ ଜଣେ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି । ଗୁରୁତର ଯବାନ ଓ ସାମାନ୍ୟ ଆହତ ଯବାନଙ୍କୁ ପ୍ରଥମେ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା କରାଯିବା ପରେ ଗୁରୁତର ଯବାନଙ୍କୁ ଭୁବନେଶ୍ୱରସ୍ଥିତ ଏମ୍ସ ହସ୍ପିଟାଲକୁ ଅଧିକ ଚିକିତ୍ସା ପାଇଁ ସ୍ଥାନାନ୍ତର କରାଯାଇଛି । ସେପଟେ ସମ୍ପୃକ୍ତ ଅଞ୍ଚଳରେ ଅପରେସନକୁ ଜୋରଦାର କରାଯାଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.