pakka

ଲଘୁଚାପର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ : ଓଡ଼ିଶାରେ ଆଜିଠୁ ଦୁଇ ଦିନ ପ୍ରବଳ ବର୍ଷା

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଲଘୁଚାପର ରୂପ ନେଇଛି ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ । ଯାହା ଫଳରେ ଓଡ଼ିଶାରେ ଆଜିଠୁ ଦୁଇ ଦିନପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି । ଏହି ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସକ୍ରିୟ ରହିଛି । ତେବେ ବର୍ଷାକୁ ନେଇ ଆଜି ୧୨ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ପାଣିପାଗ ବିଭାଗ ସୂଚନା ଅନୁସାରେ ୧୨ ଜିଲ୍ଲାରୁ ୫ ଜିଲ୍ଲା କନ୍ଧମାଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, କଟକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସେହିପରି ସମ୍ୱଲପୁର, ସୁବର୍ଣ୍ଣପୁର, ନୟାଗଡ଼, ଅନୁଗୋଳ, କଳାହାଣ୍ଡି, ଜଗତସିଂହପୁର ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ବୋକୁ ଥିବା ବେଳେ ଆସନ୍ତାକାଲି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୋଲି ସୂଚନା ମିଳିଛି ।

jay balangir
Leave A Reply

Your email address will not be published.

two × 1 =