
ବଲାଙ୍ଗିର : ଆଜି ଜାଗର ଦେବାଦି ଦେବ ମହାଦେବଙ୍କ ଭକ୍ତଙ୍କ ପାଇଁ ବିଶେଷ ଦିନ । ମହାଶିବରାତ୍ରୀ ପାଇଁ ମାଟିରୁ ଆକାଶ ସବୁଠି ଶିବମୟ, ହର ହର ମହାଦେବ ନାରାରେ ପ୍ରକମ୍ପିତ ହେଉଛି ବଲାଙ୍ଗୀରର ହରିଶଙ୍କର, ଓ ଧବଳେଶ୍ୱରରୁ କପିଳାସ ପୀଠ । ସଜେଇ ହୋଇଛି ସବୁ ଶୈବାଳୟ ମନ୍ଦିର । ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ଠାରୁ ଆରମ୍ଭ କରି ସଠିକ ସମୟରେ ସମସ୍ତ ନୀତି ସମ୍ପାଦନ ଓ ମହାଦୀପ ଉଠିବା ନେଇ ନୀତି ନିର୍ଘଣ୍ଟ ଧାର୍ଯ୍ୟ ହୋଇଛି । ରାତି ୧୦ଟାରେ ମହାଦୀପ ଉଠିବା ପାଇଁ ସହମତି ହୋଇଛି । ଆଠଗଡ଼ର ଆରାଧ୍ୟ ବାବା ଧବଳେଶ୍ୱରଙ୍କ ପୀଠରେ ମଧ୍ୟ ଭକ୍ତଙ୍କ ଭିଡ଼ ଜମିଛି । କେତକୀ ଫୁଲରେ ସଜେଇ ହୋଇ ବଡ଼ସିଂହାର ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । ଢେଙ୍କାନାଳର କପିଳାସ, ଆରଡ଼ିର ଆଖଣ୍ଡଳମଣି, କୋରାପୁଟର ଗୁପ୍ତେଶ୍ୱର ପୀଠ ସମେତ ରାଜ୍ୟର ସମସ୍ତ ଶୈବପୀଠରେ ମହାଶିବରାତ୍ରୀ ପାଇଁ ସବୁ ପ୍ରକାର ବ୍ୟବସ୍ଥା କରାଯାଇଛି ।