ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଏଣିକି ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ନିୟୋଜିତ ସମସ୍ତ ପୋଲିସ ମାନଙ୍କର ଗୋଟିଏ ପ୍ରକାରର ୟୁନିଫର୍ମ ରହିବ । ଭାରତରେ ଖୁବଶୀଘ୍ର ଲାଗୁ ହେବ ୱାନ୍ ନେସନ ୱାନ୍ ପୋଲିସ ୟୁନିଫର୍ମ ପଲିସି । ଭିନ୍ନ ଭିନ୍ନ ରାଜ୍ୟରେ ଭିନ୍ନ ଭିନ୍ନ ପୋଲିସ ୟୁନିଫର୍ମ ଆଉ ରହିବ ନାହିଁ । ଓଡ଼ିଶା ସମେତ ୧୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ତଥ୍ୟ ମାଗିଲା ଗୃହ ମନ୍ତ୍ରାଳୟ । ଆନ୍ଧ୍ର, ଅରୁଣାଚଳ, ଆସାମ, ଗୋଆ, ହିମାଚଳ, ଝାଡ଼ଖଣ୍ଡ, କେରଳ, ମଣିପୁର, ମେଘାଳୟ, ନାଗାଲାଣ୍ଡ, ଓଡ଼ିଶା, ସିକ୍କିମ୍, ତେଲେଙ୍ଗାନା, ତ୍ରିପୁରା, ଉତ୍ତରାଖଣ୍ଡ ଓ ପଶ୍ଚିମବଙ୍ଗକୁ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଚିଠି କରାଯାଇଛି । ନଭେମ୍ବର ୪ ମଧ୍ୟରେ ସମସ୍ତ ତଥ୍ୟ ଦାଖଲ ପାଇଁ ନିର୍ଦ୍ଦେଶ ଦିଆଯାଇଛି । କେନ୍ଦ୍ରର ଚିଠି ପରେ ରାଜ୍ୟ ପୋଲିସ ମୁଖ୍ୟାଳୟକୁ ତଥ୍ୟ ପାଇଁ ଡିଜିପି କଣ୍ଟ୍ରୋଲ୍ ରୁମର ନିର୍ଦ୍ଦେଶ ଦିଆଯାଇଛି ।