ଆସନ୍ତା ୧୩ ତାରିଖରେ ଲଘୁଚାପ : ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ଆସନ୍ତା ୧୨ ତାରିଖରେ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ୧୩ ତାରିଖ ବେଳକୁ ଏହା ଲଘୁଚାପର ରୂପ ନେବ । ପରେ ୨୪ରୁ ୪୮ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହୋଇପାରେ । ଏହାର ପ୍ରଭାବରେ ୧୩ରୁ ୧୫ ତାରିଖ ମଧ୍ୟରେ ବାଲେଶ୍ୱର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି । ଯଦି ଲଘୁଚାପଟି ଦକ୍ଷିଣ ପଶ୍ଚିମବଙ୍ଗରେ ସୃଷ୍ଟି ହୁଏ, ତେବେ ଏହି ୩ଟି ଜିଲ୍ଲା ସହିତ ଭଦ୍ରକ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, ଦେବଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବ । ୧୬ ତାରିଖରେ ଉତ୍ତର-ପଶ୍ଚିମ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି । ସପ୍ତାହକ ମଧ୍ୟରେ ଖୋର୍ଦ୍ଧା, ପୁରୀ, ନୟାଗଡ଼, ଅନୁଗୁଳ, ବୌଦ୍ଧ, ସମ୍ବଲପୁର‌ ଜିଲ୍ଲାକୁ ଆଲର୍ଟ କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.