ହାଇ ମାଷ୍ଟ ଲାଇଟ ଜଳୁନି

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଙ୍ଗୋମୁଣ୍ଡା ବ୍ଲକର ଉପାନ୍ତ ଇଲାକାରେ ଥିବା ଐତିହାସିକ ଯୋଗିନୀ ପୀଠ ରାଣୀପୁର ଝରିଆଲକୁ ଆଲୋକିତ କରିବା ପାଇଁ ଲାଗିଥିବା ହାଇମାଷ୍ଟ ଲାଇଟ ଜଳୁ ନଥିବାରୁ ପର୍ଯ୍ୟଟକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଐତିହାସିକ ଯୋଗିନୀ ପୀଠ ରାଣୀପୁର ଝରିଆଲ ପୀଠରେ ଏହି ଭଳି ସମସ୍ୟା ଦୀର୍ଘ ଦିନରୁ ଲାଗି ରହିଛି । ଏ ନେଇ ଅନେକ ବିଭାଗୀୟ ଅଧିକାରୀମାନଙ୍କୁ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କେହି ଧ୍ୟାନ ଦେଉନଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି । ତୁରନ୍ତ ଜିଲ୍ଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ବିହିତ ପଦକ୍ଷେପ ନେବାକୁ ସାଧାରଣରେ ଅଂଚଳବାସୀମାନେ ଦାବୀ କରିଛନ୍ତି ।

Leave A Reply

Your email address will not be published.