csstore

କଳାହାଣ୍ଡି ଜିଲ୍ଲାସ୍ତରୀୟ ନିପୂଣ ଓଡ଼ିଶା ଲୋଗୋ ଉନ୍ମୋଚନ ସମାରୋହ ଆୟୋଜିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣା ବ୍ରଜମୋହନ ଉଚ୍ଚ ବିଦ୍ୟାଳୟ ଶତବାର୍ଷିକୀ କକ୍ଷରେ ଆଜି କଳାହାଣ୍ଡି ଜିଲ୍ଲାସ୍ତରୀୟ ନିପୂଣ ଓଡ଼ିଶା ଲୋଗୋ ଉନ୍ମୋଚନ ସମାରୋହ ଆୟୋଜିତ ହୋଇଯାଇଛି । ସମଗ୍ର ଶିକ୍ଷା କଳାହାଣ୍ଡି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ଅଧିକାରୀ ତଥା ସମଗ୍ର ଶିକ୍ଷା କଳାହାଣ୍ଡିର ଜିଲ୍ଲା ପ୍ରକଳ୍ପ ସଂଯୋଜକ ସୁଶାନ୍ତ କୁମାର ଚୋପଦାର ସଭାପତିତ୍ୱ କରିଥିବା ବେଳେ ଉଦ୍‌ଘାଟକ ଭାବେ ଜିଲ୍ଲାପାଳ ସଚିନ ପାୱାର ପ୍ରକାଶ, ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ, ସମ୍ମାନିତ ଅତିଥି ରୂପେ ଯୋଗଦେଇ କଳାହାଣ୍ଡି ସାଂସଦ ମାଳବିକା ଦେବୀଙ୍କ ପ୍ରତିନିଧି ଅନୀଲ କୁମାର ନନ୍ଦ, ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ କଳାହାଣ୍ଡିର ଅଧ୍ୟକ୍ଷ ଡଃ. ଦେଶବନ୍ଧୁ ସାହୁ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ପବିତ୍ର ମୋହନ ସାହୁ, ସମଗ୍ର ଶିକ୍ଷା କଳାହାଣ୍ଡିର ଶୈକ୍ଷିକ ସଂଯୋଜିକା ଶ୍ରଦ୍ଧାଞ୍ଜଳି ଦାଶ ଓ ବ୍ରଜମୋହନ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଷଷ୍ଠୀ ଝାଙ୍କର ମଞ୍ଚାସୀନ ଥିଲେ । ମଞ୍ଚ ପରିଚାଳନା କରିଥିଲେ ପଲମ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଡିଲେଶ୍ୱର ରଣା । ଏହି ଅବସରରେ ନିପୂଣ ଓଡ଼ିଶା ଲୋଗୋ ଉନ୍ମୋଚନ ଓ ସଂଗୀତ ପରିବେଷଣ କରାଯାଇଥିଲା । ବରିଷ୍ଠ ଶିକ୍ଷୟତ୍ରୀ ମିନତି କୁମାରୀ ପ୍ରଧାନଙ୍କ ରଚନା ଓ ନିର୍ଦ୍ଦେଶନାରେ ଆରଇଓ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ କ୍ଷୁଦ୍ର ନାଟିକା ‘ଛୁ ମନ୍ତର୍’ ପରିବେଷଣ କରିଥିଲେ । କାର୍ଯ୍ୟକ୍ରମରେ ଜିଲ୍ଲାର ୧୩ଗୋଟି ବ୍ଲକର ଗୋଷ୍ଠୀ ଶିକ୍ଷା ଅଧିକାରୀ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ, ଶିକ୍ଷକ ଶିକ୍ଷୟିତ୍ରୀମାନେ ଯୋଗ ଦେଇଥିବା ବେଳେ ସମଗ୍ର ଶିକ୍ଷା କାର୍ଯ୍ୟାଳୟର କର୍ମଚାରୀମାନେ ସହଯୋଗ କରିଥିଲେ ।

jayashree
Leave A Reply

Your email address will not be published.