ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ସ୍ଥାନୀୟ ନୋଡାଲ ଉଚ୍ଚ ବିଦ୍ୟାଳୟ ଖେଳପଡିଆରେ ବ୍ଲକ ସ୍ତରୀୟ ଲୋକ ଉତ୍ସବ ୨୦୨୬ ଉତ୍ସବମୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି । ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିବେକାନନ୍ଦ ଷଡ଼ଙ୍ଗୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ବ୍ଲକ ଅଧ୍ୟକ୍ଷା ନିରୁପମା ପଟେଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍ଘାଟନ କରିଥିଲେ । ଅତିରିକ୍ତ ତହସିଲଦାର ସତ୍ୟସୁନ୍ଦର ରାଉତରାୟ, ଗୋଷ୍ଠୀ ଶିକ୍ଷା ଅଧିକାରୀ ଶଙ୍କର ମାଝୀ, ବିଭିନ୍ନ ଜନପ୍ରତିନିଧି ଓ ଅଧିକାରୀମାନେ ଉପସ୍ଥିତ ରହି ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ବ୍ଲକର ୨୧ଟି ପଞ୍ଚାୟତରୁ ବଛାଯାଇଥିବା କଳାକାର ଦଳ ନିଜ ନିଜର ଲୋକକଳା ପ୍ରଦର୍ଶନ କରି ଦର୍ଶକଙ୍କୁ ମନମୁଗ୍ଧ କରିଥିଲେ । ଏହି ମହୋତ୍ସବ ମାଧ୍ୟମରେ କଳାକାରଙ୍କୁ ଉପଖଣ୍ଡ ଓ ଜିଲ୍ଲା ସ୍ତରୀୟ ଲୋକ ମହୋତ୍ସବରେ ଚୟନ କରାଯିବା ସହ ସରକାରୀ ଲୋକହିତକର ଯୋଜନା ବିଷୟରେ ମଧ୍ୟ ସଚେତନତା ସୃଷ୍ଟି କରାଯାଇଥିଲା । କାର୍ଯ୍ୟକ୍ରମ ଶେଷରେ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା ।
Next Post