ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଶ୍ରୀ ଜଗନ୍ନାଥ ମେଡିକାଲ କଲେଜ ଲୋକାର୍ପିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀରେ ନବନିର୍ମିତ ଶ୍ରୀ ଜଗନ୍ନାଥ ମେଡିକାଲ କଲେଜକୁ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପୁରୀ ଜିଲ୍ଲା ପାଇଁ ଆଜି ହେଉଛି ଏକ ଐତିହାସିକ ଦିବସ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କ୍ଷେତ୍ରରେ ଏକ ଉନ୍ନତମାନର ମେଡିକାଲ କଲେଜ ପ୍ରତିଷ୍ଠା ହୋଇଛି । ଏହି ଅବସରରେ ମୁଖ୍ୟ ମନ୍ତ୍ରୀ ଦିଜ ଅଭିଭାଷଣରେ କହିଛନ୍‌ନ୍ତି ଯେ, ଏହାଦ୍ୱାରା ମେଧାବୀ ଛାତ୍ରଛାତ୍ରୀମାନେ ମେଡିକାଲ ପାଠ ପଢିବା ସହିତ ପୁରୀ ଜିଲ୍ଲାରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏକ ନୂଆ ଯୁଗ ଆରମ୍ଭ ହେଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି କଲେଜରେ ୧୦୦ଟି ଏମ୍‌ମ୍ବିବିଏସ୍‌ ଆସନ ରହିଛି । ବର୍ତ୍ତମାନ ସାରା ରାଜ୍ୟରେ ୮ଟି ସରକାରୀ ମେଡିକାଲ କଲେଜର ସମୁଦାୟ ଏମ୍‌ମ୍ବିବିଏସ୍‌ ଆସନ ସଂଖ୍ୟା ୧୨୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.