ଭୁବନେଶ୍ୱର, (କେପିଏନ୍ଏସ୍) : ପୁରୀରେ ହବିଷ୍ୟାଳି ମା’ମାନଙ୍କ କାର୍ତ୍ତିକ ବ୍ରତ ଆରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହବିଷ୍ୟାଳିଙ୍କ ପାଇଁ ବୃନ୍ଦାବତୀ ନିବାସ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସବୁ ହବିଷ୍ୟାଳି ମା’ମାନଙ୍କୁ ସ୍ୱାଗତ କରି ସମସ୍ତଙ୍କୁ ଗୋଟିଏ ଗୋଟିଏ ଶାଲ୍ ଉପହାର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି । ମା’ମାନେ ଶାନ୍ତି ଓ ଆନନ୍ଦରେ କାର୍ତ୍ତିକ ବ୍ରତ ପାଳନ କରିବେ ବୋଲି ଆଶା ପ୍ରକାଶ କରି ମୁଖ୍ୟମନ୍ତ୍ରୀ ସେମାନଙ୍କ ଓ ସେମାନଙ୍କ ପରିବାର ତଥା ସାରା ଓଡିଶାବାସୀଙ୍କ ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ କାମନା କରିଛନ୍ତି । ଏନେଇ ରାଜ୍ୟ ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।