୪ଟି ଜିଲ୍ଲାର ରୂପାନ୍ତରିତ ହାଇସ୍କୁଲ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ୩ୟ ପର୍ଯ୍ୟାୟର ଶୁଭାରମ୍ଭ କରି ଗଞ୍ଜାମ ଜିଲ୍ଲାର ୧୦୬ଟି ହାଇସ୍କୁଲ, ଅନୁଗୁଳର ୮୭ଟି, କେନ୍ଦୁଝରର ୫୭ଟି ଓ ଜଗତସିଂହପୁରର ୧୦୭ଟି ହାଇସ୍କୁଲ ଲୋକାର୍ପିତ କରିଛନ୍ତି । ୩ୟ ପର୍ଯ୍ୟାୟରେ ୨୧୫୧ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ । ଗତ ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ ୩୯୮୧ଟି ସ୍କୁଲ ରୂପାନ୍ତରିତ ହୋଇଛି । ତିନୋଟି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ମୋଟ ୬୧୩୨ଟି ସ୍କୁଲ ରୂପାନ୍ତରିତ ହେବ । ଏହି ଅବସରରେ ଭିଡିଓ କନଫରେନ୍‌ସିଂ ଜରିଆରେ ଯୋଡି ହୋଇଥିବା ଛାତ୍ରଛାତ୍ରୀଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ଛାତ୍ରଛାତ୍ରୀମାନଙ୍କ ସଫଳତା ହେଉଛି ଓଡିଶାର ସଫଳତା । ୫-ଟି ସଚିବ ଭି.କେ. ପାଣ୍ଡିଆନ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ସରକାରୀ ସ୍କୁଲର ପିଲାଙ୍କ ପାଇଁ କେବଳ ଉନ୍ନତ ଶିକ୍ଷା ବ୍ୟବସ୍ଥା କରିନାହାନ୍ତି, ଏହା ସହିତ ସେମାନଙ୍କ ପାଇଁ ମେଡିକାଲ ଓ ଇଂଜିନିଅରିଂ କଲେଜରେ ୧୫% ସଂରକ୍ଷଣ ବ୍ୟବସ୍ଥା ମଧ୍ୟ କରିଛନ୍ତି । ଆଗାମୀ ୬ ମାସରେ ସବୁ ସ୍କୁଲ ରୂପାନ୍ତରଣ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.