pakka

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୧୪୮ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କଲେ

bbehera

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୧୪୮ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଏଥିରେ ଜଗତସିଂହପୁରର ୧୪ଟି ସ୍କୁଲ, ଦେବଗଡର ୩୨ଟି, ପୁରୀର ୪୮ଟି, ବଲାଙ୍ଗିରର ୨୪ଟି ଓ କେନ୍ଦ୍ରାପଡାର ୩୦ଟି ସ୍କୁଲ ସାମିଲ ହୋଇଥିବା ବେଳେ ଆଜି ସୁଦ୍ଧା ୮୩୮ଟି ରୂପାନ୍ତରିତ ସ୍କୁଲ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି । ଏହି କାର୍ଯ୍ୟକ୍ରମରେ ୫ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ । ଜଗତସିଂହପୁରର ସୁମିତ୍ରା ସାହୁ, ଦେବଗଡର ପିୟୁଷ ପ୍ରଭା କର, ପୁରୀର ଅପର୍ଣ୍ଣା ପଣ୍ଡା, ବଲାଙ୍ଗିରର ଆର୍ୟାନ୍‌ ଶତପଥୀ ଓ କେନ୍ଦ୍ରାପଡାର ସୋନମ ପରବିନ ପ୍ରମୁଖ ଛାତ୍ରଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ, ସ୍କୁଲର ସ୍ୱଚ୍ଛ ପରିବେଶ ଓ ସ୍ୱଚ୍ଛ ଶୌଚାଳୟ ବ୍ୟବସ୍ଥା ପିଲାମାନଙ୍କ ପାଇଁ, ବିଶେଷକରି ଛାତ୍ରୀମାନଙ୍କ ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିଛି ।

ସ୍ମାର୍ଟ ବ୍ୟବସ୍ଥାରେ ପାଠ ବୁଝିବା ସହଜ ହେଉଛି ବୋଲି ସେମାନେ କହିଥିଲେ । ସରକାରୀ ସ୍କୁଲ ପିଲାମାନଙ୍କ ପାଇଁ ଉଚ୍ଚଶିକ୍ଷାରେ ୧୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା କରିଥିବାରୁ, ସେମାନେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ଜଣାଇଥିବା ବେଳେ ଏଥିରେ ଜଗତସିଂହପୁରରେ ଜଳସଂପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ଦେବଗଡରେ ଗ୍ରାମ୍ୟ ଉନ୍ନୟନ ଓ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂହ, ପୁରୀରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ବଲାଙ୍ଗିରରେ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ ଏବଂ କେନ୍ଦ୍ରାପଡାରେ ପଞ୍ଚାୟତିରାଜ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚ ପ୍ରଶଂସା କରିଥିଲେ । ଏହି ଅବସରରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ ନିଜର ସଫଳତାରେ ସ୍କୁଲର ଅବଦାନ ସଂପର୍କରେ ଆଲୋକପାତ କରି କହିଥିଲେ ଯେ, ମୁଁ ଗୋଟିଏ ସରକାରୀ ସ୍କୁଲରୁ ପାଠ ପଢି ସ୍ୱପ୍ନ ପୂରଣ କରିପାରିଛି ଏବଂ ଜିଲ୍ଲା ଓ ରାଜ୍ୟର ବିକାଶରେ କିଛି କିଛି ଯୋଗଦାନ ରଖିପାରିଛି । ଆଜିର ସରକାରୀ ସ୍କୁଲ ଓ ଆମ ବେଳର ସରକାରୀ ସ୍କୁଲର ସୁବିଧା ମଧ୍ୟରେ ଆକାଶ ପାତାଳ ତଫାତ ରହିଛି ।

jay balangir
Leave A Reply

Your email address will not be published.

19 + 3 =

error: Content is protected !!