ls

ଲୋକସେବା ଭବନରେ କାର୍ଯ୍ୟ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

sb
  • ବିକାଶ ସହିତ ସାଂସ୍କୃତିକ ପ୍ରଗତିକୁ ମଧ୍ୟ ଗୁରୁତ୍ୱ ଦିଆଯିବ – ମୁଖ୍ୟମନ୍ତ୍ରୀ
  • ଓଡିଆ ଭାଷାରେ ନଥି ଉପସ୍ଥାପନ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନସ୍ଥିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପ୍ରବେଶ କରି ସରକାରୀ କାର୍ଯ୍ୟ ଆରମ୍ଭ କରିଛନ୍ତି । ସୂଚନାଯୋଗ୍ୟ ଯେ, ଶପଥ ନେବା ପରେ ସେ ରାଜ୍ୟ ଅତିଥି ଭବନର ଅସ୍ଥାୟୀ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିଲେ । ଆଜି ସକାଳେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଲୋକସେବା ଭବନକୁ ପ୍ରବେଶ କରିଥିଲେ ଏବଂ ଓଶ୍ୱାସ ଜରିଆରେ ଫାଇଲ କାମ କରିଥିଲେ । ଏହି ସମୟରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ସହିତ ମନ୍ତ୍ରୀମଣ୍ଡଳର ସଦସ୍ୟମାନେ ଉପସ୍ଥିତ ଥିଲେ । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନେ ଉପସ୍ଥିତ ଥିଲେ । ସମସ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଥିଲେ । ଏହି ଅବସରରେ ଗଣମାଧ୍ୟମକୁ ବିବୃତ୍ତି ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୋ ପାଖରେ ଉପସ୍ଥାପିତ ସମସ୍ତ ନଥି ଓଡ଼ିଆରେ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଓଡିଶାର ଭୌତିକ ପ୍ରଗତି ସହ ସାଂସ୍କୃତିକ ପ୍ରଗତିକୁ ପ୍ରାଥମିକତା ଦିଆଯିବ ବୋଲି ପ୍ରକାଶ କରିବା ସହିତ ଓଡ଼ିଆ ଅସ୍ମିତାର ପ୍ରତିଷ୍ଠା, ଅଭିବୃଦ୍ଧି, ସରଂକ୍ଷଣ ଓ ପ୍ରସାରକୁ ଗୁରୁତ୍ଵ ଦିଆଯିବ ବୋଲି ସେ କହିଥିଲେ । ସେ ଦେଇଥିବା ବିବୃତ୍ତିର ଗୁରୁତ୍ୱପୂର୍ଣ୍ଣ ବିଷୟ ଗୁଡିକ ହେଲା – ତିନୋଟି ଏକାଡେମୀ ତଥା ସାହିତ୍ୟ, ସଙ୍ଗୀତ, ନାଟକ ଓ ଲଳିତ କଳା ଏକାଡେମୀର ପୁନର୍ଗଠନ ଓ କାର୍ଯ୍ୟକ୍ଷମତା ବୃଦ୍ଧି ପାଇଁ ପଦକ୍ଷେପ ନିଆଯିବ । ଓଡ଼ିଶୀ ଗବେଷଣା କେନ୍ଦ୍ରକୁ କ୍ରିୟାଶୀଳ କରାଯିବ । ଓଡ଼ିଆ ଅସ୍ମିତା ଉପରେ ଗୁଣାତ୍ମକ ଗବେଷଣାକୁ ପ୍ରୋତ୍ସାହିତ କରାଯିବ । ଓଡ଼ିଶାରେ ପଠନ ଅଭ୍ୟାସ ବୃଦ୍ଧି ଓ ଲାଇବେରୀ ଆନ୍ଦୋଳନକୁ ବ୍ୟାପକ ଓ ବ୍ୟବସ୍ଥିତ କରାଯିବ । ଓଡ଼ିଆ ଭାଷା ଓ ସାହିତ୍ୟର ପ୍ରସାର ପାଇଁ ଅନୁବାଦ ଏକାଡେମୀ ପ୍ରତିଷ୍ଠା ହେବ । ଭାଷା ପାଇଁ ଆଧୁନିକ, ସରଳ ଓ ସୁଗମ ପ୍ରଯୁକ୍ତି ବିଦ୍ୟାର ଉପଯୋଗ ପାଇଁ ବ୍ୟବସ୍ଥା ହେବ । ଓଡ଼ିଆ ଭାଷା ଭବନ ଅସ୍ମିତା ଭବନ ନିର୍ମାଣ କରାଯିବ ଭାଷା କମିଶନ ଗଠିତ ହେବ । ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ହେବ । ସରକାରୀ ସ୍ତରରେ ଓଡ଼ିଆ ଭାଷାର ବ୍ୟବହାରକୁ ବ୍ୟାପକ କରିବାକୁ ଆବଶ୍ୟକ ପଡିଲେ ସରକାରୀ ଭାଷା ଆଇନରେ ସଂଶୋଧନ କରାଯିବ । ଓଡ଼ିଆ ଭାଷା ପ୍ରତିଷ୍ଠାନର ପୁନର୍ଗଠନ କରାଯିବ । ପ୍ରତ୍ୟେକ ଜିଲ୍ଲାରେ ସମନ୍ୱିତ ସଂସ୍କୃତି ଭବନ ନିର୍ମାଣ ସହ ଜିଲ୍ଲାର କଳା ସଂସ୍କୃତିକୁ ପ୍ରୋତ୍ସାହିତ କରାଯିବ । ଉଚ୍ଚ ବିଦ୍ୟାଳୟ ସ୍ତରରେ ଓଡ଼ିଆ ଭାଷା ଶିକ୍ଷକ ନିଯୁକ୍ତି ପାଇଁ ବିଚାର କରାଯିବ । ବରୁଣେଇ ଠାରେ ପାଇକ ଏକାଡେମୀ ଓ ସ୍ମାରକୀ ନିର୍ମାଣ ତ୍ୱରାନ୍ୱିତ ହେବ । ରାଜ୍ୟର ବିଭିନ୍ନ ଐତିହ୍ୟ ପୀଠର ବିକାଶକୁ ଗୁରୁତ୍ୱ ଦେବାକୁ ସରକାର ସଂକଳ୍ପବଦ୍ଧ । ସବୁ କାର୍ଯ୍ୟ ଲୋକମାନଙ୍କ ସହଯୋଗ ସହଭାଗିତା ଓ ପରାମର୍ଶରେ ହେବ । ଓଡ଼ିଆ ଅସ୍ମିତା କ୍ଷେତ୍ରରେ ଆଉ କଣ କରାଯିବା ଦରକାର, ସେଥିପାଇଁ ମୁଁ ଲୋକମାନଙ୍କର ପ୍ରସ୍ତାବ ଆହ୍ୱାନ କରୁଛି । ରାଜ୍ୟ ପରିଚାଳନା ରାଜ୍ୟ ଭାଷା ଓଡ଼ିଆରେ ହିଁ ହେବ । ଏଥି ନିମନ୍ତେ ପ୍ରଣୀତ ସରକାରୀ ଭାଷା ଆଇନକୁ ଅକ୍ଷରେ ଅକ୍ଷରେ ପାଳନ କରାଯିବ । ଦରକାର ପଡିଲେ ଏଥିରେ ଆବଶ୍ୟକ ସଂଶୋଧନ କରି ଆଇନକୁ ଆହୁରି ସଶକ୍ତ କରାଯିବ । ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଓଡ଼ିଆ ଭାଷାର ବ୍ୟାପକ ବ୍ୟବହାରକୁ ସହଜ, ସରଳ ଓ ସୁଗମ କରିବା ପାଇଁ ଉପଯୁକ୍ତ ବୈଷୟିକ ଜ୍ଞାନକୌଶଳ ପ୍ରୟୋଗ ନିମନ୍ତେ ବ୍ୟବସ୍ଥା କରାଯିବ ।

pc pk
Leave A Reply

Your email address will not be published.