centurian jitm

ପଶ୍ଚିମ ଓଡ଼ିଶାରେ ଦିନକ ପାଇଁ ଅଭିଯୋଗ ଶୁଣାଣୀ : ଲୋକଙ୍କ ଦୁଃଖ ଶୁଣିବେ ମୋହନ ମାଝୀ

nschool

ସମ୍ବଲପୁର : ଆଜି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ସମ୍ବଲପୁର ଦୁର୍ଗାପାଲିସ୍ଥିତ ମହାନଗର ନିଗମ କାର୍ଯ୍ୟାଳୟରେ ଆଜି ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଖୋଲିବ । ସିଧାସଳଖ ଲୋକଙ୍କ ଅଭିଯୋଗ ଶୁଣିବେ ମୋହନ ମାଝୀ । ଏହି ଶିବିରରେ ୧୧ ମନ୍ତ୍ରୀଙ୍କ ସହ ବିଭାଗୀୟ ସଚିବ ମଧ୍ୟ ସାମିଲ ହେବେ । ଆଜିର ଏହି ଜନ ଅଭିଯୋଗ ଶୁଣାଣିରେ ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ପଂଚାୟତିରାଜମନ୍ତ୍ରୀ ରବି ନାରାୟଣ ନାଏକ, ଜଙ୍ଗଲ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ ପ୍ରମୁଖ ଯୋଗ ଦେବେ । ରବିରାବ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସମ୍ବଲପୁରରେ ପହଞ୍ଚି ମା’ ସମଲେଇଙ୍କ ଦର୍ଶନ କରିଥିଲେ । ଏଥିସହ ସମଲେଇ ପ୍ରକଳ୍ପ ଅଞ୍ଚଳ ବୁଲି ଦେଖିଥିଲେ । ଲୋକଙ୍କ ସରକାର ଲୋକଙ୍କ ପାଖକୁ ଆସି ଅଭିଯୋଗ ଶୁଣୁଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Leave A Reply

Your email address will not be published.