om academy

ମା’ ସମଲେଇ ବିକାଶ ଯୋଜନା ଅନ୍ତର୍ଗତ ଥଇଥାନ ଓ ପୁନର୍ବାସ ପ୍ୟାକେଜକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

jsm

ଭୁବନେ‌ଶ୍ୱର, (କେପିଏନ୍‌ଏସ୍‌) : ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମା’ ସମଲେଇ ବିକାଶ ଯୋଜନା ଅନ୍ତର୍ଗତ ଥଇଥାନ ଓ ପୁନର୍ବାସ ପ୍ୟାକେଜକୁ ଅନୁମୋଦନ କରିଛନ୍ତି । ଏଥିରେ ଉଭୟ ସରକାରୀ ଓ ବେସରକାରୀ ଜମିରେ ଘର ବା ଦୋକାନ କରିଥିବା ଲୋକଙ୍କ ପାଇଁ ସଂପୂର୍ଣ୍ଣ ଥଇଥାନ ବ୍ୟବସ୍ଥା କରାଯାଇଛି । ପ୍ୟାକେଜକୁ ଅନୁମୋଦନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମା’ ସମଲେଶ୍ୱରୀଙ୍କ କ୍ଷେତ୍ରର ଉନ୍ନତି ପାଇଁ ସ୍ଥାନୀୟ ଜନସାଧାରଣ ଯେଉଁ ତ୍ୟାଗ କରିଛନ୍ତି, ତାକୁ ଯୁଗ ଯୁଗ ଧରି ଆମର ଉତ୍ତରପୀଢି ମନେରଖିବେ । ପ୍ରକଳ୍ପକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି । ଯୋଜନାକୁ ମଇ ୧୫ ତାରିଖ ସୁଦ୍ଧା ପ୍ରସ୍ତୁତ କରାଯିବ । ରାଜ୍ୟ ସୂଚନା ଓ ଲୋକ ସ‌ର୍ମ୍ପକ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.