ପାରାଦୀପ : ମତ୍ସ୍ୟ ସଂରକ୍ଷଣକୁ ଆଖି ଆଗରେ ରଖି ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ୬୧ ଦିନ ସମୁଦ୍ରରେ ମାଛ ଧରା ବନ୍ଦ ରହିବ । ଦୁଇମାସ ଧରି ମତ୍ସ୍ୟଜୀବୀ ସମୁଦ୍ର ଭିତରକୁ ଯିବା ନେଇ କଟକଣା ଲାଗୁ ହୋଇଛି । ଓଡ଼ିଶା ଉପକୂଳରେ ମାଛ ଧରା ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ତେବେ ସାଢ଼େ ୮ ମିଟର ଡଙ୍ଗାରେ କେବଳ ମାଛ ଧରାଯାଇପାରିବ । ଏହି ସମୟରେ ମାଛମାନଙ୍କର ପ୍ରଜନନ ଋତୁ ଆରମ୍ଭ ହେଉଥିବା ଯୋଗୁ ସବୁ ବର୍ଷ ଏହି ସମୟରେ କେନ୍ଦ୍ର ସରକାରଙ୍କ ମତ୍ସ୍ୟ ସମ୍ପଦ ମନ୍ତ୍ରଣାଳୟ ପକ୍ଷରୁ ମତ୍ସ୍ୟଜୀବୀଙ୍କ ସମୁଦ୍ର ପ୍ରବେଶ ଉପରେ କଟକଣା ଲାଗୁ ହୋଇଥାଏ ।