ଜେଲ୍‌ ଭିତରେ ପୁଞ୍ଜିଲାଲ ମେହେରଙ୍କୁ ମାଡ଼ ଅଭିଯୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଞ୍ଜିଲାଲ ମେହେରଙ୍କୁ ଜେଲ୍‌ରେ ମାଡ଼ ହୋଇଥିବା ଅଭିଯୋଗ ହୋଇଛି। ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ବଲାଙ୍ଗିର ଜେଲରେ ଜେଲର୍ ମାଡ଼ ମାରିଥିବା ନେଇ ଅଭିଯୋଗ କରାଯାଇଛି । ପାଟଣାଗଡ଼ ଏସଡ଼ିଜେଏମ କୋର୍ଟରେ ମାଡ଼ ନେଇ ତାଙ୍କର ଓକିଲ ଜଣାଇଛନ୍ତି । ଏହା ସହ ଚିକିତ୍ସା ବ୍ୟବସ୍ଥା କରିବାକୁ ଓକିଲ କହିଛନ୍ତି । ପ୍ରକାଶଥାଉକି, ଆଜକୁ ୨ ବର୍ଷ ତଳେ ଅର୍ଥାତ ୨୦୧୮ ମସିହା ଫେବୃଆରୀ ୨୩ରେ ପାଟଣାଗଡ଼ରେ ପାର୍ସଲ ବୋମା ବିସ୍ଫୋରଣ ଘଟିଥିଲା । ଏହି ଭୟଙ୍କରେ ବିସ୍ଫୋରଣରେ ୨ଜଣଙ୍କ ମୃତ୍ୟୁ ହୋଇଥିଲା । ପାଟଣାଗଡ଼ ସହରର ବରମ୍‌ପୁରାରେ ଅଧ୍ୟାପକ ରବୀନ୍ଦ୍ର ସାହୁଙ୍କ ଘରକୁ ଆସିଥିବା ଏକ ବୋମା ଭର୍ତ୍ତି ପାର୍ସଲ ବିସ୍ଫୋରଣ ହୋଇଥିଲା ଏବଂ ଏଥିରେ ରବୀନ୍ଦ୍ରଙ୍କ ନବ ବିବାହିତ ପୁଅ ସୌମ୍ୟଶେଖର ଏବଂ ସୌମ୍ୟଶେଖରଙ୍କ ଜେଜେ ମା’ଙ୍କ ମୃତ୍ୟୁ ଘଟିଥିଲା ।

Leave A Reply

Your email address will not be published.