
ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଦ୍ୟ ତାରିଖ ୨୫ ଜୁଲାଇ ୨୦୨୬ ଦିନ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲିପଡା ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ତରଫରୁ ଏକ ବରିଷ୍ଠ ନାଗରିକ ମାନଙ୍କ ପାଇଁ ସ୍ଵାସ୍ଥ୍ୟ ସେବା ଶିବିର ଲାଲଟିକ୍ରା ବଲାଙ୍ଗିର ଠାରେ ଅନୁଷ୍ଠିତ ହେଇଥିଲା । ଏହି ସ୍ୱାସ୍ଥ୍ୟ ଶିବିରରେ ମାଗଣା ଔଷଧ ଓ ମାଗଣା ରକ୍ତ ପରୀକ୍ଷା କରାଯିବା ସହ ଡାକ୍ତର ପରାମର୍ଶ ସେବା ଯୋଗାଇ ଦିଆଯାଇଥିଲା । ଏହି ଶିବିରରେ ସ୍ଥାନୀୟ ଆଶାକର୍ମୀ ଓ ସ୍ୱାସ୍ଥ୍ୟ କେନ୍ଦ୍ରର ସମସ୍ତ ଷ୍ଟାଫ ଯୋଗ ଦେଇଥିଲେ । ଏହି ସ୍ୱାସ୍ଥ୍ୟ ଶିବିରରେ ଭୀମଭୋଇ ମେଡିକାଲ କଲେଜର ଡାକ୍ତର ଅଶୋକ କୁମାର ମହାକୁର, ଡାକ୍ତର ସୋମନାଥ ସାହୁ, ଡାକ୍ତର ସୌମିତ୍ର ସାହୁ ଓ ଡାକ୍ତର ଛନ୍ଦା ଚରଣ ନନ୍ଦ ଏବଂ ରାଜେନ୍ଦ୍ର ଯୁବକ ସଂଘର ପରିଚାଳକ ରାଜେନ୍ଦ୍ର ପାଣିଗ୍ରାହୀ ଯୋଗ ଦେଇଥିଲେ । ଏହି ସ୍ୱାସ୍ଥ୍ୟ ଶିବିରଟିକୁ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ତରଫରୁ ଏ.ପି.ଏମ୍ ରାମାନୁଜ ପଣ୍ଡା ଓ ୟୁ.ଡି.ଏମ୍ ଅନିଲ କୁମାର ମହାକୁର ତଦାରଖ କରିଥିଲେ । ଏହି ସ୍ୱାସ୍ଥ୍ୟ ଶିବିରରେ ୧୦୮ରୁ ଅଧିକ ବରିଷ୍ଠ ରୋଗୀ ମାଗଣା ସେବା ଲାଭ କରିଥିଲେ । ଉକ୍ତ ସ୍ୱାସ୍ଥ୍ୟ ଶିବିରଟି ସୂଚାରୁ ରୂପେ ପରିଚାଳିତ ହେଇଥିଲା ।