centurian jitm

ବେହେରାପାଲିରେ ବରିଷ୍ଠ ନାଗରିକମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲିପଡା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ତରଫରୁ ଏକ ବରିଷ୍ଟ ନାଗରିକ ମାନଙ୍କପାଇଁ ବେହରାପାଲି କମ୍ୟୁନିଟି ସେଣ୍ଟର ଠାରେ ଏକ ସ୍ଵାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ ହେଇଯାଇଛି । ଏହି ସ୍ୱାସ୍ଥ୍ୟ ଶିବିରରେ ମାଗଣା ଔଷଧ ଓ ମାଗଣା ରକ୍ତ ପରୀକ୍ଷା କରାଯିବା ସହ ଡାକ୍ତର ପରାମର୍ଶ ସେବା ଯୋଗାଇ ଦିଆଯାଇଥିଲା । ଏହି ଶିବିରରେ ସ୍ଥାନୀୟ ଆଶା କର୍ମୀ ,ମହିଳା ସ୍ୱାସ୍ଥ୍ୟ କର୍ମୀ ଓ ସ୍ୱାସ୍ଥ୍ୟ କେନ୍ଦ୍ରର ସମସ୍ତ ଷ୍ଟାଫ ଯୋଗଦେଇଥିଲେ । ଏହି ସ୍ୱାସ୍ଥ୍ୟ ଶିବିରରେ ଡାକ୍ତର ନନ୍ଦ କିଶୋର ପାଢ଼ୀ, ଭୀମଭୋଇ ମେଡିକାଲ କଲେଜର ଡ଼ାକ୍ତର ଆଦିତ୍ୟ ଶୁକ୍ଳା, ଶାରୀରିକ ଚିକିତ୍ସ ସତ୍ୟବ୍ରତ ସାହୁ, ପୃଷ୍ଟିକର କର ବିଶେଷଜ୍ଞ ମଧୁମିତା ଲେଙ୍କା ଯୋଗଦେଇଥିଲେ । ଏହି ସ୍ୱାସ୍ଥ୍ୟ ଶିବିରକୁ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ତରଫରୁ ଦିପିଏଚଓ ଦିବ୍ୟ କିଶୋର ପତି ଓ ଏପିଏମ୍‌ ରାମାନୁଜ ପଣ୍ଡା ତଦାରଖ କରିଥିଲେ । ଏହି ସ୍ୱାସ୍ଥ୍ୟ ଶିବିରରେ ୧୨୦ରୁ ଅଧିକ ବରିଷ୍ଟ ରୋଗୀ ମାଗଣା ସେବା ଲାଭ କରିଥିଲେ । ସ୍ୱାସ୍ଥ୍ୟ ଶିବିରଟି ସୂଚାରୁ ରୂପେ ପରିଚାଳିତ ହେଇଥିଲା ।

Leave A Reply

Your email address will not be published.