csstore

ହୁମ୍ମା ସଲ୍ଟ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଉଦ୍‌ଯାପିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା ) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତ ହୁମ୍ମା ସଲ୍ଟ କଲେଜର ନୁଆ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ଏଥିରେ କଲେଜ ଅଧ୍ୟକ୍ଷ ଡ଼ଃ ନିରଞ୍ଜନ ରଥଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଯୋଗଦେଇ ଥିଲେ । ମୁଖ୍ୟବକ୍ତା ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଟା ପ୍ରଧାନ, ସରପଞ୍ଚ ଜାନକୀ ଦାସ, ସମିତି ସଭ୍ୟ ଧ୍ରୁବ ଚରଣ ପଲାଇ, ଶିକ୍ଷାନୁଷ୍ଠାନର ପ୍ରତିଷ୍ଠାତା ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଘୁନାଥ ସାହୁ, ଓଡିଶା ସମ୍ବାଦିକ ସଂଘ ଗଞ୍ଜାମ ଜିଲ୍ଲା କାର୍ଯ୍ୟକାରୀ ସଭାପତି ଉମାକାନ୍ତ ବେହେରା ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇ ରାଜ୍ୟ ସରକାର ଉକ୍ତ କାର୍ଯ୍ୟକ୍ରମର ଉଚ୍ଚ ପ୍ରଶଂସା କରିବା ସହ ଛାତ୍ରଛାତ୍ରୀମାନଙ୍କ ଉଜ୍ଜଳ ଭବିଷତ କାମନା କରିଥିଲେ । ନୋଡାଲ ଅଫିସର ଅର୍ଥନୀତି ବିଜ୍ଞାନ ବିଭାଗ ଅଧ୍ୟାପକ ଗୌରହରି ବେହେରା ବିବରଣୀ ପଠନ କରିଥିଲେ । ରାଜନୀତି ବିଜ୍ଞାନ ବିଭାଗ ଅଧ୍ୟାପକ ଡ଼ଃ ସୁଧିର କାନ୍ତ ପାଢ଼ୀ ସଂଯୋଜନା କରିଥିଲେ । ଶେଷରେ ବିଭିନ୍ନ ପ୍ରତିଯୋଗିତାରେ ସଫଳତା ଅର୍ଜନ କରିଥିବା କୃତି ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ଭରତ ନାହାକ, ବନିତା ଶତପଥୀ, ଶର୍ମିଷ୍ଟା ସାମନ୍ତରାୟ, ବାବୁନି ନାୟକ ପ୍ରମୁଖ ଅଧ୍ୟାପକ, ଅଧ୍ୟାପିକା ଜଗଦିଶ ବିଶ୍ୱାଳ, ମୋହନ ପଣ୍ଡା, ବିନାୟକ ସାହୁ, ବିଜୟ କୁମାର ସାହୁ ସ୍ୱାଗତିକା ମହାନ୍ତି ପ୍ରମୁଖ କର୍ମଚାରୀ କାର୍ଯ୍ୟକ୍ରମ ସୁପରିଚାଳନାରେ ସହଯୋଗ କରିଥିଲେ ।

jayashree
Leave A Reply

Your email address will not be published.