oum

ଗତ ୨୪ ଘଂଟାରେ ୧୯ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟାରେ ୧୯ ଜଣଙ୍କ ଜୀବନ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୩୧୩କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧରୁ ୪ଜଣ, ଅନୁଗୁଳରୁ ୩, ରାୟଗଡାରୁ ୩, ନୂଆପଡା ଓ ସୁନ୍ଦରଗଡରୁ ୨ଜଣ ଲେଖାଏଁ, ଏବଂ ଗଜପତି, କେନ୍ଦ୍ରାପଡା, ନବରଙ୍ଗପୁର, ନୟାଗଡ ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.